ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କେନ୍ଦୁଝରରେ ସାଧାରଣତନ୍ତ୍ର ଦିବସ ପାଳିତ, ପରେଡରେ ଅଭିବାଦନ ଗ୍ରହଣ କଲେ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ

କେନ୍ଦୁଝର, ୨୬/୧ : କେନ୍ଦୁଝରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦୁଝର ଷ୍ଟାଡିୟମ୍ ପଡିଆରେ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପ୍ରଥମେ ସହରରେ ଅବସ୍ଥାପିତ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଜାତୀୟ ପତାକା ଉତ୍ତୋଳନ ପରେ ଉପସ୍ଥିତ ପୋଲିସ୍ ବାହିନୀର ଅଭିବାଦନ ଗ୍ରହଣ କରିଥିଲେ।

ଏହାପରେ ଉଦବୋଧନ ଦେଇ ସେ ଜିଲ୍ଲାର ସ୍ଵାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଯୋଗୁ ରାଜ୍ୟ ଏବେ ଦେଶରେ ମଡେଲ ପ୍ରଦେଶ ସାଜିଛି l କରୋନା ଠାରୁ ଆରମ୍ଭ କରି ପ୍ରାକୃତିକ ମୁକାବିଲାରେ ଓଡ଼ିଶା ଆଗରେ ରହିଛି l ୫- ଟି ଯୋଗୁ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନର ବିକାଶ ହୋଇପାରିଛି ବୋଲି ମନ୍ତ୍ରୀ କହିଥିଲେ l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.