ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ବିଜେଡିରେ ମିଶିଲେ ଅବସରପ୍ରାପ୍ତ ଡିଏସ୍‌ପି ରାଇସେନ ମୁର୍ମୁ

ଭୁବନେଶ୍ୱର୦୯/୧୧: ଅବସରପ୍ରାପ୍ତ ଡିଏସପି ରାଇସେନ ମୁର୍ମୁ ମିଶିଲେ ବିଜେଡିରେ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ନିର୍ବାଚନମଣ୍ଡଳୀର ଶ୍ରୀ ମୁର୍ମୁ ବୁଧବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । 

ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ତାଙ୍କୁ ବିଜେଡି ପତାକା ପିନ୍ଧାଇ ଦଳରେ ସ୍ୱାଗତ କରିଛନ୍ତି । ଶ୍ରୀ ମୁର୍ମୁଙ୍କ ଯୋଗଦାନ ଯୋଗୁ ରାଇରଙ୍ଗପୁରରେ ବିଜେଡି ସଂଗଠନ ଆହୁରି ମଜବୁତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଛନ୍ତି । ବିଜେଡିରେ ଯୋଗ ଦେଇ ଶ୍ରୀ ମୁର୍ମୁ କହିଛନ୍ତି, ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଛି । 

ବିଜେଡି ଦଳରେ ତାଙ୍କୁ ଗ୍ରହଣ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ଶ୍ରୀ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି । ମିଶ୍ରଣ ପର୍ବରେ ମୟୂରଭଞ୍ଜ ଜିଲ୍ଲା ସଭାପତି କାଶୀନାଥ ହେମ୍ବ୍ରମ, ରାଇରଙ୍ଗପୁର ପୌରପାଳିକା ଅଧ୍ୟକ୍ଷ  ଅଭିଷେକ ପଟ୍ଟନାୟକ, ବିଜେଡି ମୁଖପାତ୍ର ଡ. ପ୍ରିୟବ୍ରତ ମାଝୀ, ପର୍ଯ୍ୟବେକ୍ଷକ ତଥା ରାଜ୍ୟ ସାଧାରଣ ସମ୍ପାଦକ ଜନ୍ମେଜୟ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ ।

Copyright © 2022 - Summa Real Media Private Limited. All Rights Reserved.