ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ନୟାଗଡ଼ରେ ଲଜ୍ଜ୍ୟା, ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରାମାଡ଼ କଲେ ଦୁର୍ବୃତ୍ତ

ନୟାଗଡ଼, ୦୯/୧୧ : ନୟାଗଡ଼ରେ ଲଜ୍ଜ୍ୟା। ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରାମାଡ଼ କଲା ଦୁର୍ବୃତ୍ତ। ମହିଳାଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଇଟାମାଟି ଥାନା ବାଉଁଶିଆପଡ଼ା ଗାଁରେ ଏଭଳି ଲଜ୍ଜ୍ୟାଜନକ ଘଟଣା ଘଟିଛି। 

ସୂଚନାନୁଯାୟୀ, ବାଉଁଶିଆପଡ଼ା ଗାଁର ଜଣେ ସ୍ବାମୀ ପରିତ୍ଯକ୍ତା ଏବଂ ମାନସିକ ବିକାରଗ୍ରସ୍ତ ମହିଳା ବୁଧବାର ରାତିରେ ଗାଁ ଦାଣ୍ଡରେ ଜଣେ ବ୍ଯକ୍ତିଙ୍କ ବାରଣ୍ଡାରେ ଶୋଇଥିଲେ। ଏହି ସମୟରେ ଗାଁର ପାଣ୍ଡା ନାମକ ଜଣେ ନିଶାଗ୍ରସ୍ତ ଯୁବକ ତାଙ୍କୁ ଦୁଷ୍କର୍ମ କରିବା ସହ ତାଙ୍କୁ ଛୁରୀ ମାରିଛନ୍ତି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳା ଜଣକ ପଡିଥିବା ଅବସ୍ଥାରେ ଦେଖି ପରିବାର ଲୋକ ତାଙ୍କୁ ନୟାଗଡ ମେଡିକାଲକୁ ଆଣିଥିଲେ। ଇଟାମାଟି ଥାନାଅଧିକାରୀ ମେଡିକାଲକୁ ଆସି ପୀଡିତା ଏବଂ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଜଣେ ଯୁବକ ନା ଏକାଧିକ ଲୋକ ଏଥିରେ ସମ୍ପୃକ୍ତ ଅଛନ୍ତି ତାହା ତଦନ୍ତ ପରେ ଜଣାପଡିବ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.