ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ମହିଳା ସାମ୍ବାଦିକାଙ୍କୁ ମାଡ଼ ମାମଲା : ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଭୁବନେଶ୍ଵର, ୦୮/୧୧ : ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ। ମହିଳା ସାମ୍ବାଦିକାଙ୍କୁ ମାଡ଼ ମାମଲାରେ ଜାମିନ ଦେଲେ ଏସଡିଜେଏମ୍ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଦଳରେ ତାଙ୍କୁ ଜାମିନ ମିଳିଛି। ଶୁକ୍ରବାର ଖାରବେଳନଗର ପୋଲିସ ତାଙ୍କୁ ଗିରଫ କରିଥିଲା। 

ସୂଚନାନୁଯାୟୀ, ଏହା ପୂର୍ବରୁ ୬ ତାରିଖ ଦିନ ଜାମିନ ଆବେଦନର ଶୁଣାଣୀ ହୋଇଥିଲା। ବୟାନ ରେକର୍ଡ କରାଯାଇନଥିବାରୁ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ। 

ପ୍ରକାଶ ଥାଉକି, ଓଡ଼ିଆ ଚଳଚ୍ଚିତ୍ର "ପ୍ରଥା' ମୁକ୍ତିଲାଭ କରିଥିଲା ।  ଏହି ଫିଲ୍ମର ପ୍ରିମିୟର ଶୋ' ଦେଖିବା ପାଇଁ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଦେବସ୍ମିତା ସେଠାକୁ ଯାଇଥିଲେ । ସେଠାରେ ଟୁଟୁ ତାଙ୍କୁ ଠେଲି ଦେବା ସହ ଗାଲକୁ ଚାପୁଡ଼ାଏ ମାରିଥିଲେ ବୋଲି ଦେବସ୍ମିତା ଖାରବେଳ ନଗର ଥାନାରେ ଅଭିଯୋଗ କରିଥିଲେ । ଏହି ମାମଲାରେ ଶନିବାର ଓଡ଼ିଶା ୱିମେନ୍‌ ଇନ୍‌ ମିଡିଆର ଏକ ପ୍ରତିନିଧି ଦଳ ଭୁବନେଶ୍ୱରର ଡିସିପି ପ୍ରତୀକ ସିଂଙ୍କୁ ଭେଟିଥିଲେ । ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ସେମାନେ ଦାବି କରିଥିଲେ । ଶନିବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। 


  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.