ଭୁବନେଶ୍ବର, ୨୯।୧୧ : ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି । ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ, ଆଶାନ୍ତ ରହିବ । ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଯିବାକୁ ବାରଣ ନିର୍ଦ୍ଦେଶ । ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ୧ ତାରିଖ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ବିଭାଗର ସଚିବଙ୍କୁ ମଧ୍ୟ ଏହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଚାଷୀଙ୍କୁ ସତର୍କ କରାଇବା ପାଇଁ କୃଷି ବିଭାଗକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।
ଆହୁରି ପଢନ୍ତୁ : ସୁଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି, ୪୮ ଘଣ୍ଟାରେ ନେବ ବାତ୍ୟାର ରୂପ