ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସାଲୁଗା ପ୍ରଧାନ, ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ବର ୨୦/୧୧: ଓଡ଼ିଶା ବିଧାନସଭାର ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ବିଧାୟକ ସାଲୁଗା ପ୍ରଧାନ। ମଙ୍ଗଳବାର ସକାଳ ୯ଟା୩୦ ରେ ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।  ନଭେମ୍ବର ୮ରେ ଉପବାଚସ୍ପତି ରାଜନୀକାନ୍ତ ସିଂଙ୍କ ଇସ୍ତଫା ଦେବା‌ ପରେ ଏହି ପଦ ଖାଲିପଡିଥିଲା। ମଙ୍ଗଳବାର ଶୀତକାଳୀନ ଅଧିବେଶନ ପୂର୍ବରୁ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।

ସୂଚନା ମୁତାବିକ, ସାଲୁଗାଙ୍କ ନାଁ ଘୋଷଣା କରି ବିଜେଡି ଆଦିବାସୀ କାର୍ଡ ଖେଳିଛି। ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପରବର୍ତ୍ତୀ ଉପବାଚସ୍ପତି ନିର୍ବାଚନ ପାଇଁ ବିିଧାନସଭା ସଚିବଙ୍କ ନିକଟରେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।  ବିଧାୟକ ଶ୍ରୀ ପ୍ରଧାନ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ  ବିଧାୟକ ଥିଲେ। ପରେ ପୁଣି ୨୦୧୯ରୁ  ଜି. ଉଦୟଗିରିରୁ ବିଧାୟକ ଭାବେ ଅଛନ୍ତି।


Copyright © 2022 - Summa Real Media Private Limited. All Rights Reserved.