ଭୁବନେଶ୍ବର,୨୭।୧୦ : ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୨୮ ଓ ୨୯ ତାରିଖରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ଖୋର୍ଦ୍ଧା ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି।
ବାତ୍ୟା ମୋନ୍ଥା ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୨୮ରୁ ୩୦ ଯାଏଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ।
ବାତ୍ୟା ମୋନ୍ଥା ବର୍ତ୍ତମାନ ଚେନ୍ନାଇଠାରୁ ୫୨୦ କିଲୋମିଟର ଦୂରରେ ଥିବାବେଳେ, କାକିନାଡ଼ାଠାରୁ ୫୭୦ କିଲୋମିଟର ଦୂରରେ ରହିଛି । ସେହିପରି ଗୋପାଳପୁରଠାରୁ ୬୦୦କିଲୋମିଟର ଦୂରରେ ଅଛି । ତେବେ ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ । ବାତ୍ୟା ମୋନ୍ଥା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ବାତ୍ୟା ମାଲକାନଗିରି ଦେଇ ଛତିଶଗଡ଼ ମୁହାଁ ହେବ। ଫଳରେ ଗଞ୍ଜାମ ଓ ଗଜପତି ଜିଲ୍ଲା ଅଧିକ ପ୍ରଭାବିତ ହେବ ବୋଲି ଆଶଙ୍କା କରାଯାଇଛି।