ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ବଢିଲା ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା, ନିୟୋଜିତ ହେବେ ୨୬ ଜଣିଆ ସ୍ୱତନ୍ତ୍ର ସଶସ୍ତ୍ର ବାହିନୀ

ଭୁବନେଶ୍ୱର ୧୯।୦୯ : ବଢିଲା ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ସାମିଲ ହେବେ ସ୍ୱତନ୍ତ୍ର ସଶସ୍ତ୍ର ବାହିନୀ । ମୁଖ୍ୟମନ୍ତ୍ରୀ ଗସ୍ତ କରୁଥିବା ସମସ୍ତ କାର୍ଯ୍ୟକ୍ରମରେ ଏହି ସୁରକ୍ଷା ବାହିନୀ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ଫୁଲ ମାଳଠୁ ନେଇ ସଭା ସମିତିର ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଏହି ଟିମ ଯାଞ୍ଚ କରିବେ। ତେବେ ଏହି ଟିମରେ ୨ ଜଣ ଡେପୁଟି କମାଣ୍ଡଣ୍ଟ, ସହକାରୀ କମାଣ୍ଡଣ୍ଟ, ଇନ୍ସପେକ୍ଟର, ୪ ଜଣ ସବ ଇନ୍ସପେକ୍ଟର, ହାବିଲଦାର, ଡ୍ରାଇଭର ସହ ୨୬ ଜଣ ରହିବେ। 

ସେହିପରି ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଏଥିପାଇଁ ନିଯୁକ୍ତ ହେବେ ୯୧ ପୋଲିସ ଅଧିକାରୀ । ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି , ଉପ ବାଚସ୍ପତି, ଓ ମନ୍ତ୍ରୀ ମାନଙ୍କର ମଧ୍ୟ ସୁରକ୍ଷା ବ୍ୟବସ୍ଥା ବଢାଯାଇଛି । ଏଥିପାଇଁ ୭୨ ଅଧିକ ପୋଲିସ ନିୟୋଜିତ ହେବେ। ଏହି ଅଧିକାରୀଙ୍କୁ ସ୍ୱତନ୍ତ୍ର ଭାବେ ତାଲିମ ଦେବା ପାଇଁ ସିକ୍ୟୁରିଟି ଟ୍ରେନିଂ ସେଣ୍ଟର ଖୋଲାଯିବ। ଯେଉଁଥିରେ ୧୪ ପୋଲିସ ଅଧିକାରୀଙ୍କୁ ନିଯୁକ୍ତି ଦିଆଯିବ। ଏଥିପାଇଁ ମୋଟ ୨୦୩ଟି ପଦବୀ ସୃଷ୍ଟି କରାଯାଇଛି। ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଭିଭିଆଇପି ସୁରକ୍ଷା ନେଇ ପ୍ରଶ୍ନ ଉଠିଥିଲା । ପିଏସଓଙ୍କର କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା। ଏହାକୁ ଗୁରୁତର ସହ ନେଇ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଢ଼ାଯସଇଥିବା ନେଇ ଚର୍ଚ୍ଚା ହେଉଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.