​​​​​​​​​​​​​​ଭୁବନେଶ୍ବର, ୨୮।୧୦ : ଆସନ୍ତା ୨୯ରେ  ପର୍ଯ୍ୟଟକଙ୍କ ପାଇଁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ଜାତୀୟ ଉଦ୍ୟାନ ଶିମିଳିପାଳଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିବା ପରେ ଶିମିଳିପାଳ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି

ୟେଲୋ ୱାର୍ଣ୍ଣିଙ୍ଗ ଯୋଗୁଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ଆସନ୍ତାକାଲି ଜାତୀୟ ଉଦ୍ୟାନ ଶିମିଳିପାଳ ପର୍ଯ୍ୟଟକ ମାନଙ୍କ ପାଇଁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି  ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରକାଶଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି