ଭୁବନେଶ୍ୱର, ୦୬/୧୧: ଭୁବନେଶ୍ବର ସ୍ଥିତ ପୁଲିସ ଭବନଠାରେ ଦକ୍ଷତା ବୃଦ୍ଧି କର୍ମଶାଳା । ଓଡିଶା ପୁଲିସ ରେଳବାଇ ଓ ଉପକୂଳ ସୁରକ୍ଷା ଆନୁକୂଲ୍ୟରେ ପୁଲିସ ଅଧିକାରୀଙ୍କ ଦିନିକିଆ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଅଧିକାରୀମାନଙ୍କ ବୃତ୍ତିଗତ ଦକ୍ଷତା ଓ କାର୍ଯ୍ୟ କୁଶଳତା ବୃଦ୍ଧି କରିବା, ରେଳବାଇ ଓ ଉପକୂଳ ସୁରକ୍ଷା ବିଷୟରେ ସଚେତନତା ଉପରେ ଆଲୋଚନା ହୋଇଥିଲା । ଏହା ସହିତ ଅପରାଧ ତଦନ୍ତରେ ବୈଷୟିକ ଜ୍ଞାନର ଭୂମିକା, ସାଇବର ଅପରାଧ, ଆଧୁନିକ ପ୍ରଣାଳୀରେ ତଦନ୍ତ, ଜାତୀୟ ଏବଂ ଅନ୍ତର୍ଜାତୀୟ ସାମୁଦ୍ରିକ ଆଇନ୍ ଭଳି ବିଭିନ୍ନ ଆଇନଗତ ଦିଗ ଉପରେ ସବିଶେଷ ଆଲୋଚନା ହୋଇଛି ।