ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଜଘନ୍ୟ ହତ୍ୟାକାଣ୍ଡ; ମାଆ କୁ ହତ୍ୟାକଲା ପୁଅ

ବାଣପୁର,୧୫/୧୧: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଗତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଯାଇଛି। କୁମାରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ଜନୈକା ମହିଳାଙ୍କୁ ତାଙ୍କ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି l ଉକ୍ତ ଘଟଣା ନେଇ ମୃତ ମହିଳାଙ୍କ ଝିଅ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ମୁତାବକ ଗତକାଲି ରାତିରେ ମଙ୍ଗଳପୁର ଗାଁର ସତ୍ୟଭାମା ବେହେରା(୭୦) ଙ୍କୁ ତାଙ୍କ ପୁଅ ବନମାଳି ବେହେରା(୪୫) କୌଣସି କାରଣ ବଶତଃ ଘରେ ଥିବା ବେଳେ କଟୁରୀରେ ହାଣି ହତ୍ୟା କରିଛନ୍ତି l 

ଏ ନେଇ ମୃତ ସତ୍ୟଭାମାଙ୍କ ଝିଅ ପ୍ରମିଳା ବେହେରା ଥାନାରେ ଅଭିଯୋଗ କରିବାପରେ ଆଇଆଇସି ରମେଶ ଚନ୍ଦ୍ର ଦେବତା ତୁରନ୍ତ ଘଟଣାସ୍ଥଳକୁ ଯାଇ ସତ୍ୟଭାମାଙ୍କ ମୃତ ଶରୀର ଜବତ କରିବା ସହ ଅଭିଯୁକ୍ତ ପୁଅ ବନମାଳିଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତଙ୍କ ବିରୁଦ୍ଧରେ ଦଫା ୩୦୨ ରେ କେସ ନମ୍ବର ୪୦୪/୨୩ ରେ ମାମଲା ରୁଜୁ କରାଯାଇଥିବା ବେଳେ ଆଜି କୋର୍ଟଚାଲାଣ କରାଯିବ ବୋଲି ଆଇଆଇସି କହିଛନ୍ତି। ତେବେ ପ୍ରାଥମିକ ତଦନ୍ତରୁ ପାରିବାରିକ ଝଗଡାରୁ ଏହି ହତ୍ୟାକାଣ୍ଡ ହୋଇଥିବାର ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର କହିଛନ୍ତି l ତେବେ ବନମାଳୀର ମୁଣ୍ଡ ଖରାପ ଥିବା କିଛି ଗ୍ରାମବାସୀ କହିଛନ୍ତି l

Copyright © 2022 - Summa Real Media Private Limited. All Rights Reserved.