ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ବାଂଲାଦେଶକୁ ୨୧ ରନ୍‌ରେ ହରାଇଲା ଶ୍ରୀଲଙ୍କା; ଦିନିକିଆରେ ଲଗାତର ୧୩ତମ ବିଜୟ ରେକର୍ଡ

Image courtesy: ABP

କଲମ୍ବୋ,୦୯/୦୯: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ସୁପର-୪ର ଏକ ମୁକାବିଲାରେ ଘରୋଇ ଶ୍ରୀଲଙ୍କା ବାଂଲାଦେଶକୁ ୨୧ ରନରେ ହରାଇ ଚମତ୍କାର ବିଜୟ ହାସଲ କରିଛି। ଅନ୍ୟପଟେ ସୁପର-୪ରେ କ୍ରମାଗତ ଦ୍ଵିତୀୟ ପରାଜୟ ଭୋଗିଛି ବାଂଲାଦେଶ। ଫଳରେ ବାଂଲାଦେଶର ଫାଇନାଲ୍ରେ ପହଞ୍ଚିବା ମୁସ୍କିଲ ହୋଇ ପଡ଼ିଛି। ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ସମରବିକ୍ରମାଙ୍କ ଦମଦାର ୯୩ ରନ ସହ ଓ୍ଵିକେଟ୍ କିପର ବ୍ୟାଟର କୁଶଲ ମେଣ୍ଡିସଙ୍କ ୫୦ରନ ଓ ପଥୁନ ନିଶଙ୍କାଙ୍କ ୪୦ ରନ ବଳରେ ନିର୍ଦ୍ଧାରିତ ଓଭରରେ ୯ ଓ୍ଵିକେଟ୍ ହରାଇ ୨୫୭ ରନର ଚ୍ୟାଲେଞ୍ଜିଂ ସ୍କୋର କରିଥିଲା। 

ଜବାବରେ ବାଂଲାଦେଶ ଟୋହିଡ ହ୍ରିଡୟଙ୍କ ସଂଘର୍ଷପୂର୍ଣ୍ଣ ୮୨ ରନର ଇନିଂସ ସତ୍ତ୍ଵେ ୪୮.୧ ଓଭରରେ ୨୩୬ ରନରେ ଅଲଆଉଟ୍ ହୋଇଛି। ଅନ୍ୟ ବ୍ୟାଟର କ୍ରିଜରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଫଳରେ ବାଂଲାଦେଶ ୨୧ ରନରେ ପରାସ୍ତ ହୋଇଛି। ଅଧିନାୟକ ଦାସୁନ ଶନାକା ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଅଲରାଉଣ୍ଡର ପ୍ରଦର୍ଶନ କରି ଶ୍ରୀଲଙ୍କା ବିଜୟରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।


Asia cup 2023
ban vs srilanka

Copyright © 2022 - Summa Real Media Private Limited. All Rights Reserved.