ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ମାଲକାନଗିରି,୧୧/୨ : ମାଲକାନଗିରି ଜ଼ିଲ୍ଲା ବ୍ୟାଡମିଣ୍ଟନ ଆସୋସିଏସନ ପକ୍ଷରୁ ଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ  ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ଚଳିତ ମାସ ୯ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ବର୍ଗର ଖେଳାଳି ମାନେ ଅଂଶ ଗ୍ରହଣ କରିବା ସହ ଡବଲ ଓ ସିଙ୍ଗଲ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରି ପ୍ରଥମ ଓ ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ l ଏହି ଟୁର୍ଣ୍ଣାମେଣ୍ଟଟିର ସମସ୍ତ ମ୍ୟାଚ ସଦର ମହକୁମା ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଖେଳା ଯାଇଥିଲା l

ଆଜିର ଶେଷ ଦିବସ ମ୍ୟାଚ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ  ଆଡମା ରାବା ଉପସ୍ଥିତ ରହି ବିଜୟୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବ୍ୟାଡମିଣ୍ଟନ ଆସୋ ସିଏସନ ର କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅଧିକାରୀ କ୍ରୀଡାବିତ ମାନେ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.