ପ୍ରମୁଖ ଖବର
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଆସନ୍ତା ୧୦ରେ ସୁଇଟ୍‌ ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ, ମୁଖ୍ୟଅତିଥି ଭାବେ ଯୋଗଦେବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର

ବୁର୍ଲା,୦୯/୦୨: ଆସନ୍ତା ୧୦ ତାରିଖରେ  ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସୁଇଟ୍‌ ମହାବିଦ୍ୟାଳୟର ୧୪ତମ ପ୍ରତିଷ୍ଠା ଦିବସ ପାଳନ ହେବ । ଏହି କାର୍ଯ୍ୟକ୍ରମ ୧୦ ଏବଂ ୧୨  ତାରିଖ ଅନୁଷ୍ଠିତ ହେବ । ୧୦ ତାରିଖ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଯୋଗଦେବାର କାର୍ଯ୍ୟକ୍ରମ ରହିଛି । 

ଏଥିପାଇଁ ସୁଇଟ୍‌ କର୍ତ୍ତୃପକ୍ଷ  ସମସ୍ତ ପ୍ରସ୍ତୁତି କରିଥିବା ଜଣାପଡ଼ିଛି । ପ୍ରାୟତଃ  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । କାର୍ଯ୍ୟକ୍ରମ ସୁଇଟ୍‌ କ୍ୟାମ୍ପସ୍‌ରେ ଥିବା ଡ. ଏ.ପି.ଜେ  ଅବ୍‌ଦୁଲ୍‌ କଲାମ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବ ବୋଲି ସ୍ଥିର ହୋଇଛି । ୧୧ଟା ୩୦ମିରୁ  କାର୍ଯ୍ୟକ୍ରମ ଆରମ୍ଭ ହେବା ନେଇ ସ୍ଥିର ହୋଇଥିବା ବେଳେ ଡ. ମିଶ୍ର କାର୍ଯ୍ୟକ୍ରମରେ ୧ ଘଣ୍ଟା ସମୟ ଦେବେ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ  କାର୍ଯ୍ୟକ୍ରମ ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥା ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.