ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ବର, ୦୨/୦୯: ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ । ରାଜ୍ୟ ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ପରଲୋକ ହୋଇଯାଇଛି । ୭ ଥର ବିଧାୟକ ଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ମୋହନାରୁ ୪ ଥର ଏବଂ ଦିଗପହଣ୍ଡିରୁ ସେ ୩ ଥର ବିଧାୟକ ରହିଛନ୍ତି ।  ଏକାଧିକ ଥର ମନ୍ତ୍ରୀ ଭାବେ ନିଜର କାର୍ଯ୍ୟ ସଂପାଦନ କରିଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ସେ ଶକ୍ତିି, ଜଙ୍ଗଲ ଓ ପରିବେଶ ଏବଂ ରାଜସ୍ବ ମନ୍ତ୍ରୀ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ । ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିଲେ  ସୂର୍ଯ୍ୟ ପାତ୍ର । ପ୍ରଥମେ ମତ୍ସ୍ୟ ଓ ପଶୁ ସଂପଦ ବିଭାଗର ମନ୍ତ୍ରୀ ହୋଇଥିଲେ ।

୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର । କିଛି ଦିନ ଧରି ସେ ଅସୁସ୍ଥ ଥିଲେ । ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ସୂର୍ଯ୍ୟ ପାତ୍ରଙ୍କୁ ଜଣାଯାଏ । ବିଜେଡି ସରକାରରେ ସେ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ୧୯୯୦ରେ ପ୍ରଥମ ଥର ସେ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୧୯ରୁ ୨୦୨୨ ଯାଏ ବିଧାନସଭାର ବାଚସ୍ପତି ହୋଇଥିଲେ ସୂର୍ଯ୍ୟ ପାତ୍ର । 

ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରିଥିଲେ ସୂର୍ଯ୍ୟ ନାରାୟଣ ପାତ୍ର ।  ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ସୂର୍ଯ୍ୟନାରାୟଣ ପାତ୍ର ୧୯୪୮ ମସିହା ଡିସେମ୍ବର ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ବିଏସ୍‌ସି ଓ ଏଲଏଲବି ପରେ ଓକିଲାତି କରିଥିଲେ । ପରେ ସାମାଜସେବା ଓ କ୍ରମେ ରାଜନୀତିରେ ଯୋଗ ଦେଇଥିଲେ ସୂର୍ଯ୍ୟ ପାତ୍ର । କାଉନସିଲରରୁ ବାଚସ୍ପତି ଯାଏଁ ତାଙ୍କର ରାଜନୈତିକ କ୍ୟାରିୟର ଲମ୍ବିଥିଲା । ୧୯୭୭ ମସିହାରେ ବ୍ରହ୍ମପୁର ମ୍ୟୁନିସିପାଲିଟି କାଉନସିଲର ହୋଇଥିଲେ ସୂର୍ଯ୍ୟ ପାତ୍ର। କ୍ରମାଗତ ୭ ଥର ବିଧାୟକ ହୋଇଥିଲେ ସୂର୍ଯ୍ୟ। 

Surya Narayan Patra

Copyright © 2022 - Summa Real Media Private Limited. All Rights Reserved.