ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଟାଟା ମ୍ୟାଜିକ୍ ପିଟିଲା ୧୮ ଚକିଆ ଟ୍ରକ: ୪ ମୃତ, ୯ ଗୁରୁତର

ଝାରସୁଗୁଡ଼ା ୧୧/୦୨: ଝାରସୁଗୁଡ଼ା ଲଖନପୁର ଥାନା ଅନ୍ତର୍ଗତ ଜୁନିୟନ୍ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟାଟା ମ୍ୟାଜିକ୍ ପିଟିଲା ଟ୍ରକ । ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଓଲଟି ପଡିଲା ୧୮ ଚକିଆ ଟ୍ରକ୍। ଦୁର୍ଘଟଣା ସ୍ଥଳରେ ୪ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ୯ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି। ତେବେ ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଦୁଇ ଜଣ ମହିଳା ଥିବା ଜଣାପଡିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

ସୂଚନା ମୁତାବକ, ରବିବାର ଦିନ ସକାଳ ସମୟରେ ଲଖନପୁର ଥାନା ଜୁନିୟନ୍‌ ଛକରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଏକ ୧୮ ଚକିଆ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତାରେ ଯାଉଥିବା ଟାଟା ମ୍ୟାଜିକକୁ ଧକ୍କା ଦେଇଥିଲା । ଯାହାଫଳରେ ଗାଡି ଥିବା ଯାତ୍ରୀ ଗୁରୁତର ହୋଇଥିଲେ। ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ୪ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ବାକି ୯ ଯାତ୍ରୀ ଗୁରୁତର ଅଛନ୍ତି । ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।

ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି ସ୍ଥାନୀୟଲୋକେ । ଟାୟାର ଜାଳି ମଧ୍ୟ ଆନ୍ଦୋଳନ ଜାରି ରଖିଛନ୍ତି । ଏବେ ବି ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି । ଯାହାକୁ ଦୃଷ୍ଟି ରଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.