ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଅଭିଭାବକ ସମ୍ମିଳନୀ

କାଶୀପୁର,୨୪/୧୧ : କାଶୀପୁର ବ୍ଲକ ସଦରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଶୁକ୍ରବାର ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା କୁଇନ ସ୍ବାଇଁ ତତ୍ତ୍ୱାବଧାନରେ ଆୟୋଜିତ ବୈଠକରେ ୫୧ଜଣ ଅଭିଭାବକ ସହ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ । ବୈଠକରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ଅର୍ଦ୍ଧ ବାର୍ଷିକ ପରୀକ୍ଷା ଫଳାଫଳ ଉପସ୍ଥାପନ କରାଯିବା ସହ ପ୍ରି ବୋର୍ଡ଼ ପରୀକ୍ଷା ପାଇଁ ପ୍ରସ୍ତୁତି କରାଯାଉଥିବା ସୂଚନା ଦିଆଯାଇଥିଲା । ଚଳିତ ୧୦ମ ଶ୍ରେଣୀରେ ୬୭ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ୯ଜଣ ପାଞ୍ଚଟି ବିଷୟର ୪୦୦ମାର୍କ ପରୀକ୍ଷାରେ ୫୦ପ୍ରତିଶତରୁ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ଜଣାପଡ଼ିଛି । 

୯ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଯୋଗ୍ୟତା ପଣ୍ଡା, ପୁଷ୍ପିତା ନାଏକ, ବୁବଲି ନାଏକ, ଜ୍ୟୋତିର୍ମୟୀ ପାତ୍ର, ଉତ୍ତମ ନାଏକ, ପ୍ରାଚୀଗୋପାଳ, ତପସ୍ୱନୀ ନାଏକ, ଅରୁଣ ମାଝୀ ଏବଂ ରହିନ ନାଏକ ଥିବା ଜଣା ପଡ଼ିଛି । ପିଲାଙ୍କ ପାଠପଢା ଏବଂ ଅର୍ଦ୍ଧ ବାର୍ଷିକ ପରୀକ୍ଷାର ଫଳାଫଳ ନେଇ ଅଭିଭାବକମାନଙ୍କ ମତାମତ ନିଆ ଯାଇଥିଲା । ଅଭିଭାବକଙ୍କ ମଧ୍ୟରେ ଅଭିରାମ ମାଝୀ, ସୀମାଞ୍ଚଳ ନାଏକ, ରାମଚନ୍ଦ୍ର ନାଏକ, ଚମ୍ପା ନାଏକ, ଭଗ ବତୀ ନାଏକ, ନିଳକଣ୍ଠ ନାଏକ, ବିଜୟ ନାଏକ ଏବଂ ଶ୍ରୀଧର ନାଏକଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ । ସେହିପରି ମିନତି ବେହେରା, ବାସନ୍ତୀ ହେମ୍ବ୍ରମ, ଜୟନ୍ତ ବୁଡେକ, ଉତ୍ତମ ସରାଫ, ମନୋରଞ୍ଜନ ଧଳ ପ୍ରମୁଖ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.