ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବାଲେଶ୍ଵରରେ ୨୨୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର, ୨୮/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୧ଟାରେ ବାଲେଶ୍ଵର ଜିଲ୍ଲାରେ ୨୨୧୫ କୋଟି ଟଙ୍କାର ୪୫୧ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଭୋଗରାଇ ବ୍ଲକ ଶଙ୍ଖାରୀ ଗ୍ରାମରେ ଥିବା ବିଶ୍ୱ ବିଖ୍ୟାତ ଐତିହାସିକ ଓ ସାହିତ୍ୟିକ ମନ୍ମଥ-ମନୋଜ ସ୍ମାରକୀର ଲୋକାର୍ପଣ ସହ ଜିଲ୍ଲାର ୪୫୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଥିଲେ। 

ଏଥିସହ ମୁଖ୍ୟମନ୍ତ୍ରୀ ବାଲେଶ୍ଵର ସହରରେ ଇ-ବସ୍ ସେବାର ମଧ୍ୟ ଲୋକାର୍ପଣ କରିଥିଲେ। ଏହି ଅବସରରେ ବାଲେଶ୍ୱର ପୁଲିସ ଲାଇନ ପଡ଼ିଆ ଠାରେ ଅନୁଷ୍ଠିତ ଜନ ସମାବେଶରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ଭୋଗରାଇ ବିଧାୟକ ଅନନ୍ତ ଦାସ, ବାଲେଶ୍ୱର ସଦର ବିଧାୟକ ସ୍ୱରୂପ ଦାସ, ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବାଲେଶ୍ୱର ଜିଲ୍ଲା ପରିଷଦ ସଭାପତି ନାରାୟଣ ପ୍ରଧାନ, ବାଲେଶ୍ୱର ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଉପସ୍ଥିତ ଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.