ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୫ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୦୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡ଼ିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌  ଯୋଜନା ପ୍ରସ୍ତୁତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ ହୋଇଛି।  

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ । ବରଗଡର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ। ଭଦ୍ରକର ୧୫୮ଟି ପଞ୍ଚାୟତରେ  ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ। ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଗାଁର ରୂପାନ୍ତର ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ। ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ।

କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ସୁନ୍ଦରଗଡରେ ଉପସ୍ଥିତ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜଠାରେ ଉପସ୍ଥିତ ବିଦ୍ୟାଳୟ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ମହିଳା ଶିଶୁ ବିକାଶ ମନ୍ତ୍ରୀ ବାସନ୍ତି ହେମ୍ବ୍ରମ ପ୍ରମୁଖ କହିଥିଲେ ଯେ ସମୟ ଥିଲା ସମାଜରେ ମା’ମାନେ ଅବହେଳିତ ଅବସ୍ଥାରେ ଥିଲେ। ଆଜି ସବୁ କ୍ଷେତ୍ରରେ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାଗ୍ରେ ରଖିଛନ୍ତି। ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଭଲ ସଡକ ନିର୍ମାଣ ହୋଇଛି। ଲକ୍ଷ୍ମୀ ବସ୍‌ ଦ୍ୱାରା ଗ୍ରାମାଞ୍ଚଳବାସୀଙ୍କର ଯାହା ଅଭାବ ଥିଲା ତାହା ପୂରଣ ହୋଇଗଲା।  ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଜାତୀୟ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଛନ୍ତି। ଓଡ଼ିଶାର ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢିଛି।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ବରଗଡ଼ବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଚଳିତ ମାସ ୨୦ ତାରିଖରେ ଆପଣମାନଙ୍କର ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ। ସେହିପରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ କାର୍ଯ୍ୟ ଜାରି ରହିଛି ଏବଂ ମୟୁରଭଞ୍ଜ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀର ବିକାଶ କାର୍ଯ୍ୟ କରାଯିବ ବୋଲି ମୟୁରଭଞ୍ଜ ଜିଲ୍ଲାବାସୀଙ୍କୁ କହିଥିଲେ । ସୁନ୍ଦରଗଡ଼ ଜିଲ୍ଲାର ବେଦବ୍ୟାସ ପୀଠର ରୂପାନ୍ତରଣ ସହିତ ବିଭିନ୍ନ ମନ୍ଦିର ଓ ଚର୍ଚ୍ଚର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ କହିଥିଲେ ଯେ ମା’ମାନେ ଅନୁରୋଧ କରିଥିଲେ ମଧୁବାବୁ ପେନସନ ବଢାଇବାକୁ । ଆପଣମାନଙ୍କ ଅନୁରୋଧ ରକ୍ଷାକରି ପ୍ରିୟ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ରାଶିକୁ ବଢାଇଛନ୍ତି। ଖୁବ ଶୀଘ୍ର ମିଶନଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ ଲକ୍ଷ ଟଙ୍କାର ଲୋନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିବେ ବୋଲି ସେ କହିଥିଲେ। ଲକ୍ଷ୍ମୀ ବସ୍‌ ହେଉଛି ଓଡିଶାବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅତାବିରାରେ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବରଗଡରେ ବିଧାୟକ ଦେବେଶ ଆଚାର୍ଯ୍ୟ, ପାଟନାଗଡରେ ବିଧାୟକ ସରୋଜ ମେହେର, କେନ୍ଦୁଝରରେ ପାଟଣା ବିଧାୟକ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ବଲାଙ୍ଗିରରେ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ, ସୁନ୍ଦରଗଡରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଂଯୋଜକ ଯୋଗେଶ କୁମାର ସିଂ ପ୍ରମୁଖ ମଧ୍ୟ ଲକ୍ଷ୍ମୀ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସାକରିବା ସହିତ 5T ଅଧ୍ୟକ୍ଷଙ୍କ ଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.