ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲା, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର, ୦୮/୧୨ : ୩ କୋଟି ୩୩ ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲା। ଦୁଇ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW। ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ୍ ମ୍ୟାନେଜର ଡମ୍ବୁରୁଧର ନାୟକ ଓ ପୂର୍ବତନ ଏଗ୍ରିକଲଚର ଫାଇନାନ୍ସ ଅଫିସର୍ ଦେବିଦୂତ୍ତ ପାଣିଗ୍ରାହୀଙ୍କୁ ଇଓଡବ୍ଲ୍ୟୁ ଗିରଫ କରିଛି। 

ସୂଚନାନୁଯାୟୀ, ସେଣ୍ଟ୍ରାଲ ବ୍ୟାଙ୍କର ରିଜିଓନାଲ ମୁଖ୍ୟ ଆନନ୍ଦି ବିଶ୍ଵାସ ଏମାନଙ୍କ ନାଁରେ ଠକେଇ ଅଭିଯୋଗ କରିଥିଲେ। ୨୦୧୫ ରୁ ୧୮ ମଧ୍ୟରେ ଏହି ଦୁର୍ନୀତି ହୋଇଥିଲା। ସେଣ୍ଟ୍ରାଲ କିଷାନ କ୍ରେଡିଟ୍ କାର୍ଡ ନାଁରେ ଦୁର୍ନୀତି କରାଯାଇଥିଲା। ବେଆଇନ ଭାବେ ନକଲି ହିତାଧିକାରୀଙ୍କୁ ଦର୍ଶାଇ ଟଙ୍କା ଚଳୁ କରିଥିଲେ। ସରକାରୀ ସବସିଡିକୁ ମଧ୍ୟ ହଡ଼ପ କରିଥିଲେ। 

ମଦ ବେପାରୀଙ୍କ ଘରେ ଚଢାଉ, ଦେଶୀ ମଦ ସହ ବୋଲେରୋ ଜବତ, ୩ ଗିରଫ

ଗିରଫ ଉଭୟ ଅଭିଯୁକ୍ତ ଡମ୍ବୁରୁଧର ନାୟକ ଓ ଦେବିଦୂତ୍ତ ପାଣିଗ୍ରାହୀ ସେଣ୍ଟ୍ରାଲ ବ୍ୟାଙ୍କର ଭଦ୍ରେଶ୍ୱର ଶାଖାରେ କାର୍ଯ୍ୟ କରିବା ସମୟରେ ବେଆଇନ ଭାବେ ୬୮ କିସାନ କ୍ରେଡିଟ କାର୍ଡ ଆକାଉଣ୍ଟରେ ୮୫,୪୯,୪୯୧ ଟଙ୍କା ମଞ୍ଜୁରୀ କରିଥିଲେ। ଏହାବାଦ୍, ୨୪ ଟର୍ମ ଲୋନ ଆକାଉଣ୍ଟରେ ୧,୪୯,୧୮,୧୦୩ ଟଙ୍କା ମଞ୍ଜୁରୀ ଦେଇଥିଲେ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.