ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ବ୍ରିଜ୍ ତଳୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ନିକଟରେ ପଡ଼ିଛି ଧାରୁଆ ଅସ୍ତ୍ର

ବରଗଡ଼, ୦୬/୦୯ : ଅପରାଧ ପ୍ରବଣ ବରଗଡ଼ ଜିଲ୍ଲାରେ ପୁଣି ଏକ ହତ୍ୟା। ଭଟଲି ଥାନା ଅନ୍ତର୍ଗତ ଭଡ଼ିଗାଁ ଜୀରା ବ୍ରିଜ୍ ତଳେ ନଦୀ ବାଲିରୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ନିକଟରେ ଏକ ଧାରୁଆ ଅସ୍ତ୍ର ପଡ଼ିଛି। ବ୍ରିଜ ଉପରେ ବି ରକ୍ତ ପଡିଛି। ଏହା ଏକ ସୁପରିକଳ୍ପିତ ହତ୍ୟା ନା ଆଉ କିଛି ତାହା ତଦନ୍ତ ପରେ ଜଣାପଡିବ ବୋଲି ପୋଲିସ କହିଛି। 

ସୂଚନାନୁଯାୟୀ, ଯୁବତୀଙ୍କୁ ବ୍ରିଜ୍ ଉପରେ ହତ୍ୟା କରି ତଳକୁ ଫିଙ୍ଗି ଦିଆଯାଇଥିବା ଅନୁମାନ କରାଯାଉଛି। ତେବେ ଭଟଲି ପୁଲିସ ଘଟଣାସ୍ଥଳରେ ପହଁଚି ତନାଘନା ଜାରି ରଖିଛି l ଅପରପକ୍ଷେ ପୋଲ ଉପରେ ବହୁ ଲୋକ ଜମା ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।


PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.