ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଦୁର୍ଘଟଣା କାରଣ ଅସ୍ପଷ୍ଟ

ବାଙ୍ଗିରିପୋଷି, ୪/୧୨ : ପୋଖରୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଘାଟିତଳ ପୋଖରୀ ନିକଟରୁ ସୋମବାର ସକାଳେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ ଗଭୀର କ୍ଷତ ହୋଇଛି। ଏହା ହତ୍ୟା ନା ଦୁର୍ଘଟଣା ତାହା ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ବାଘିଆବେଡା ଗ୍ରାମର ଗିରିଶ ନାଏକ ଗତ ରାତିରୁ ଘରକୁ ଫେରିନଥିଲେ। ଆଜି ସକାଳୁ ଘାଟିତଳ ପୋଖରୀ ନିକଟରେ ତାଙ୍କର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ମୁଣ୍ଡରେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି। ରାସ୍ତା କଡ଼ ଧାନବିଲ ନିକଟରେ ମୃତଦେହ ପଡିରହିଛି। ତେବେ ହତ୍ୟା ନା ଦୁର୍ଘଟଣା ତାହା ଅସ୍ପଷ୍ଟ ରହିଛି। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.