ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ବ୍ରିଜ୍‌ରୁ ଖସି ପାଣିରେ ବୁଡ଼ିଲା କାର୍, ଜଣେ ଗୁରୁତର ୪ ଆହତ

Published By : Prameya | February 3, 2024 2:55 PM

ସୁନ୍ଦରଗଡ଼ ସଦର, ୦୩/୦୨ : ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା କାର୍। ସୁନ୍ଦରଗଡ଼ ଜିଲ୍ଲା ଧରୁଆଡିହି ଥାନା ଅନ୍ତର୍ଗତ କେନ୍ଦ୍ ମାଲ ବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ବେଳେ ୪ ଆହତ ହୋଇଛନ୍ତି । ଗୁରୁତର ନାବାଳକ ରୁଦ୍ର ପ୍ରତାପ ଦେଓକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ମଝାପଡ଼ାରୁ ସୁନ୍ଦରଗଡ଼କୁ ବିବାହ ପାଇଁ ଜିନିଷ କିଣିବାକୁ ଯାଉଥିବା ସମୟରେ ଏକ କାର୍ କେନ୍ଦ୍ ମାଲ ବ୍ରିଜ୍ ଉପରୁ ତଳକୁ ଖସି ପଡିଥିଲା। ଗାଡ଼ିରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଥିଲେ। ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଥିବା ବେଳେ ୪ ଆହତ ହୋଇଛନ୍ତି। ଗୁରୁତର ନାବାଳକଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଧରୁଆଡିହି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଗୁରୁତର ଆହତମାନେ ହେଲେ ରଶ୍ମିତା ଶେଖର ଦେଓ, ରୁଦ୍ର ପ୍ରତାପ ଦେଓ, ଅନାୟ ସିଂ, ଆକାଂକ୍ଷା ସିଂ, ଓ ଜିତେନ୍ଦ୍ର ସିଂ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.