ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାୟଗଡାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଗାଁ ଲୋକଙ୍କ ଜୀବନରେ ଆସିବ ଗତି ଓ ପ୍ରଗତି

ଭୁବନେଶ୍ବର, ୨୫/ ୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍‌ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି । ଅନ୍‌ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ ।  ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ବୋଲି ସେ କହିଥିଲେ। 

ମୁକୟମନ୍ତ୍ରୀ କହିଥିଲେ ଯେ, ମୋ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯୋଗାଯୋଗର ଅସୁବିଧା ସଂପର୍କରେ ମୁଁ ଜାଣିଲି। ତା ପରେ ହିଁ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ଯୋଜନା । ଲକ୍ଷ୍ମୀ ବସ୍‌ ଗାଁକୁ ଗାଁ ସହିତ ଯୋଡିବ। ସାମାଜିକ ସଂପର୍କ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜବୁତ କରିବ। ଯୋଗାଯୋଗ ବିକାଶର ଇଞ୍ଜିନ ହେବ। ଲକ୍ଷ୍ମୀ ବସ୍‌ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବା ସହିତ ରୋଗୀକୁ ହସ୍‌ପିଟାଲ ମଧ୍ୟ ନେବ। ମା ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ସାରଥୀ ହେବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ, ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । କାର୍ଯ୍ୟକ୍ରମରେ 'ଆମ ଓଡିଶା ନବୀନ ଓଡିଶା' କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାୟଗଡା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି । ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ଓ ଡିଜିଟାଲ ଭିତ୍ତିଭୂମିର ଉନ୍ନତିକରଣ କରାଯାଉଛି। ପଞ୍ଚାୟତ ଗୁଡିକ ହେଉଛି ମୋ ସରକାରର ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍‌ । ସବୁ ପଞ୍ଚାୟତରେ ରୂପାନ୍ତର ଆଣି ସାରା ଓଡିଶାର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ନଦୀରେ ବୁଡ଼ି ନିଖୋଜ ଥିବା ବଙ୍ଗୀୟ ଛାତ୍ର ଉଦ୍ଧାର

କାର୍ଯ୍ୟକ୍ରମରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ, ମାର୍ଗଶିର ମାସ ଲକ୍ଷ୍ମୀ ମାସରେ ମୁଖ୍ୟମନ୍ତ୍ରୀ ରାୟଗଡ଼ାରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରି ଘରେ ଘରେ ଲକ୍ଷ୍ମୀ ପହଞ୍ଚାଇଛନ୍ତି। ଆଜି ଓଡ଼ିଶାରେ ନାରୀ ମାନେ ସବୁ କ୍ଷେତ୍ରରେ ଆଗରେ ରହୁଛନ୍ତି। ଘରୁ ବିଭିନ୍ନ କାମରେ ବାହାରକୁ ଯାଉଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ଓଡ଼ିଶାରେ ନାରୀ ସଶକ୍ତିକରଣ ହୋଇବପାରିଛି ବୋଲି ପ୍ରକାଶ କରି ସେ ଧନ୍ୟବାଦ୍ ଦେଇଥିଲେ। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ ଯେ ଲକ୍ଷ୍ମୀ ବସ ଯୋଗୁ ଚାଷୀ, ବ୍ୟବସାୟୀ ଓ ମା ମାନେ ଉପକୃତ ହେବେ। 

ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ଏହି ଅବସରରେ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରିଥିଲେ। ରାୟଗଡ଼ାରେ ମଧ୍ଯ ଲୋକଙ୍କ ଠାରୁ ପ୍ରସ୍ତାବ ଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଜଣାଇବା ପରେ ଜିଲ୍ଲାରେ ଅନେକ ମଠ ମନ୍ଦିର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁମୋଦନ ଦେଇଥିଲେ। ଲୋକଙ୍କ ମତକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ବ ଦିଅନ୍ତି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ରଘୁନାଥ ଗମଙ୍ଗୋ, ରାୟଗଡ଼ା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗ ଦେଇ କହିଥିଲେ ଓଡ଼ିଶାର ବିକାଶ ପାଇଁ, ରାଜ୍ୟର ଗରିବ, ଆଦିବାସୀ ଓ ମହିଳା ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସାରା ଜୀବନ ସମର୍ପିତ କରିଚନ୍ତି।  ଆଜି ଆମ ଘର ମାନଙ୍କୁ ଲକ୍ଷ୍ମୀ ଆସୁଛନ୍ତି । ଆମେ ସମସ୍ତେ ଖୁସି।

ସାପ ଦଂଶାଇ ପତ୍ନୀ, ଝିଅକୁ ହତ୍ୟା ମାମଲା: ସ୍ୱାମୀ କୋର୍ଟଚାଲାଣ

ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ଵତୀ ମାଝୀ କହିଥିଲେ ଯେ ଏହାଦ୍ବାରା ଗରିବ, ଆଦିବାସୀ ଓ ମହିଳା ମାନେ ବହୁତ୍ ଉପକାର ପାଇବେ। ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନସୂୟା ମାଝୀ ସ୍ଵାଗତ ଭାଷଣ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ତାଙ୍କ ପଞ୍ଚମ ପାଳିରେ ମା ମାନଙ୍କୁ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ଭେଟି ଦେଇଛନ୍ତି। ୫ ଟଙ୍କାରେ ଆହାର, ବିଜୁ ସ୍ବାସ୍ଥ୍ୟରେ ଆଉ ୫ ଲକ୍ଷ, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମମତାରେ ୫ ହଜାର ଟଙ୍କା ସହିତ ଏବେ ଲକ୍ଷ୍ମୀ ବସରେ ମା ମାନଙ୍କ ପାଇଁ ମାତ୍ର ୫ ଟଙ୍କାରେ ଯିବାର ସୁବିଧା ମାନଙ୍କୁ ସଶକ୍ତ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.