ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ଟ୍ରାକ୍ଟର ଚକ ତଳେ ଚାପି ହୋଇ ଶିଶୁ ମୃତ

ଖପ୍ରାଖୋଲ, ୨୦/୧୧ : ଟ୍ରାକ୍ଟର ଚକ ତଳେ ଚାପି ହୋଇ ଶିଶୁ ମୃତ। ବଲାଙ୍ଗିର ଜିଲ୍ଲା ବେଲାପଡ଼ା ବ୍ଲକ ଖପ୍ରାଖୋଲ ଥାନା ଅନ୍ତର୍ଗତ କନ୍ଧେନଝୁଲ ଗ୍ରାମର କଣ୍ଟାବାଞ୍ଜିଆ ପଡ଼ାରେ ଏଭଳି ହୃଦୟବିଦାରକ ଘଟଣା ଘଟିଛି। ଏହି ଦୁର୍ଘଟଣା ପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

ସୂଚନା ଅନୁସାରେ, କଣ୍ଟାବାଞ୍ଜିଆ ପଡ଼ାର ମାୟାଧର ମାଝୀଙ୍କ ଝିଅ ଜୋତ୍ସ୍ନା ମାଝୀ (୩ ବର୍ଷ) ନିଜ ଘରୁ ବାହାରି ଖେଳୁଥିବା ସମୟରେ ଟ୍ରାକ୍ଟର ଚକ ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଘଟଣା ବିଷୟରେ ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ  ଖବର ପାଇ ଶିଶୁର ମୃତଦେହକୁ ଜବତ କରି ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.