ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ବିଲ ଭିତରୁ ଯୁବକଙ୍କ ମୃତଦେହ ଠାବ, ମଦ ବ୍ୟବସାୟକୁ ନେଇ ହତ୍ୟାକାଣ୍ଡ ଅଭିଯୋଗ

ଅନୁଗୁଳ, ୬/୧୧ : ବିଲ ଭିତରୁ ଯୁବକଙ୍କ ମୃତଦେହ ଠାବ। ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଏକଘରିଆ ଗାଁ ନିକଟ ଏକ ବିଲରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମଦ ବ୍ୟବସାୟକୁ ନେଇ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ ନତଡା ଗାଁର ରତନ ନାଏକ (୩୦ ବର୍ଷ) । 

ସୂଚନାନୁଯାୟୀ, ରତନ ନାଏକ ଶନିବାର ଦିନଠାରୁ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ସନ୍ଧାନ ପାଇନଥିଲେ । ସୋମବାର ସକାଳେ ଗାଁ ନିକଟ ଏକ ବିଲ ଭିତରୁ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ଏନେଇ ପରିବାର ଲୋକ ଅନୁଗୁଳ ପୁଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରିଛି।

ମୃତ ରତନଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, ରତନ ଏକଘରିଆ ଗାଁରେ ରହି ଦେଶୀ ମଦ ବ୍ୟବସାୟ କରିଥାନ୍ତି । ମାତ୍ର ଜଣେ ବ୍ୟକ୍ତି ପାଉଚ ମଦ ବିକ୍ରି କରିବାକୁ ତାଙ୍କୁ କହିଥିଲେ ମଧ୍ୟ ସେ ରାଜି ହୋଇନଥିଲେ । ଫଳରେ ତାହାକୁ ନେଇ ରତନ ଓ ସମ୍ପୃକ୍ତ ବ୍ୟକ୍ତିଙ୍କ ମଧ୍ୟରେ ପାଟିତୁଣ୍ଡ ହେବା ସହ ରତନଙ୍କୁ ଧମକ ଦେଇଥିଲେ । ତେଣୁ ମଦ ଵ୍ୟଵସାୟକୁ ନେଇ ତାଙ୍କୁ ହତ୍ୟା କରିଥାଇପାରେ ବୋଲି ସନ୍ଦେହ କରିଛନ୍ତି ମୃତକଙ୍କ ସ୍ତ୍ରୀ । ଏନେଇ ପୁଲିସ ଅଧିକ ତଦନ୍ତ ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.