ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଡିସେମ୍ବର ୧୨ ରୁ ୧୬ ଯାଏଁ ଚାଲିବ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା

ପୁରୀ ୮/୧୨:  ପୁରୀ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ପ୍ରଦର୍ଶନୀ ଓ ମେଳା ଚଳିତ ମାସ ୧୨ ତାରିଖ ରୁ ୧୬ ତାରିଖ ପର୍ଯ୍ୟନ୍ତ ଶରଧାବାଲି ଠାରେ ଅନୁଷ୍ଠିତ ହେବ। ଏଥିରେ କୃଷକ ମାନଙ୍କୁ ବିଭିନ୍ନ ଆଧୁନିକ ଯନ୍ତ୍ରପାତିର ପ୍ରଦର୍ଶନ, ତାହାର ଉପଯୋଗ ଓ ଆଗ୍ରହୀ କୃଷକ ମାନଙ୍କ ପାଇଁ ବିକ୍ରୟର ବ୍ୟବସ୍ଥା କରାଯାଇଛି। ଏହା ସହିତ କୃଷକ ମାନଙ୍କ ସହ ଆଲୋଚନା ଚକ୍ର, ସେମାନଙ୍କ ସମସ୍ୟା, ଆବଶ୍ୟକତା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯିବ। ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ସଚେତନତା ବାର୍ତ୍ତା ମଧ୍ୟ ପ୍ରଦାନର ବ୍ୟବସ୍ଥା କରାଯାଇଛି । ଏହି ମେଳାକୁ ଶୃଙ୍ଖଳିତ ଓ ସୁଚାରୁରୂପେ ସଂପର୍ଣ୍ଣ କରିବାକୁ ଆଜି ଅପରାହ୍ନରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁଙ୍କ  ଅଧ୍ୟକ୍ଷତାରେ ଏକ ବୈଠକ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖିବା ସହ କୃଷକ ମାନଙ୍କୁ ସୂଚନା ଦେବା ଓ ସେମାନଙ୍କ ଆବଶ୍ୟକତା ଅନୁସାରେ କୃଷି ଯନ୍ତ୍ରପାତି କ୍ରୟରେ ସହଯୋଗ ଦେବାକୁ କୃଷି ଅଧିକାରୀ ମାନଙ୍କୁ ଶ୍ରୀ ସାହୁ ପରାମର୍ଶ ଦେଇଥିଲେ । ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ମନୋଜ କୁମାର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ମେଳା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏଡିଏମଓ ଡା ବିରଜା ଶଙ୍କର ରଥ, ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ମଞ୍ଜୁଳା ତ୍ରିପାଠୀ, ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଭୂତି ରଞ୍ଜନ ରାଉତ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କୃଷି ଅଧିକାରୀ ସୁଶାନ୍ତ କୁମାର ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଓ କୃଷି ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.