ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ଦେଢ଼ ମାସର ଶିଶୁ କନ୍ୟାକୁ ନୂଆ ଜୀବନ ଦେଲେ ସମ୍ ଡାକ୍ତର

ଭୁବନେଶ୍ୱର, ୩୦/୧ : ମା’ କୋଳକୁ ଏକା ସଂଗେ ଆସିଥିଲେ ତିନୋଟି ଶିଶୁ । ତେବେ ଦୁଇ ଶିଶୁଙ୍କର ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁ ହୋଇଯାଇଥିବାବେଳେ ମା’ କୋଳରେ ଏକାକୀ ରହିଯାଇଥିବା ଶିଶୁ କନ୍ୟାଟିର ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହୋଇଯାଇଥିଲା । ଚିକିତ୍ସା ପାଇଁ କେତେକ ହସ୍ପିଟାଲ୍ ବୁଲିବା ପରେ ମାତ୍ର ୫୨ଦିନର ଶିଶୁଟିକୁ ଧରି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଭର୍ତ୍ତି କରାଇଥିଲେ ତା’ର ବାପା ମା’। 

ସମ୍‌ରେ ଭର୍ତ୍ତି କରିବା ସମୟରେ ଶିଶୁଟି ବହୁତ ଅସୁସ୍ଥ ଥିଲା ଏବଂ ତା’ର ଓଜନ ମାତ୍ର ୬୬୦ଗ୍ରାମ୍ ଥିଲା । ଏଭଳି ଅବସ୍ଥାରେ ଥିବା ଶିଶୁଟିକୁ ତୁରନ୍ତ ନବଜାତ ଶିଶୁଙ୍କ ପାଇଁ ଉଦ୍ଦିଷ୍ଟ ଏନ୍‌ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରିଥିଲେ ସମ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ଡାକ୍ତରମାନେ । ଅନେକ ଦିନ ପର୍ଯ୍ୟନ୍ତ ଶିଶୁ କନ୍ୟାଟି ଭେଂଟିଲେଟର ସପୋର୍ଟରେ ରହିବା ସହ ପରବର୍ତ୍ତି ସମୟରେ ପ୍ରାୟ ଏକ ମାସ ପର୍ଯ୍ୟନ୍ତ ତାକୁ ନନ୍ ଇନ୍‌ଭେସିଭ୍ ଭେଂଟିଲେସନ୍ (ଏନ୍‌ଆଇଭି) ସପୋର୍ଟରେ ରଖାଯାଇ ଶ୍ୱାସକ୍ରିୟା ପରିଚାଳନା କରାଯାଇଥିଲା । ପ୍ରାୟ ୭୬ଦିନ ପର୍ଯ୍ୟନ୍ତ ଏନ୍‌ଆଇସିୟୁରେ ଶିଶୁ କନ୍ୟାଟି ରହିଥିଲା । 

ଏନଆଇସିୟୁର ସମସ୍ତ ଡାକ୍ତର ଏବଂ ନର୍ସ ଶିଶୁର ଚିକିତ୍ସା କରିଥିଲେ । ଶିଶୁଟିର ଉତ୍ତମ ଚିକିତ୍ସା ନିମନ୍ତେ ନବଜାତ ଶିଶୁରୋଗ ବିଭାଗର ମୁଖ୍ୟ ଡାକ୍ତର ଦେବାଶିଷ ନନ୍ଦ, ଡାକ୍ତର ଭାବଗ୍ରାହୀ ମଲ୍ଲିକ, ଡାକ୍ତର ରତନ ଦାସ, ଡାକ୍ତର ବିଜୟ କୁମାର, ଡାକ୍ତର ବିନିତ ପାଣିଗ୍ରାହୀ, ଡାକ୍ତର ଦେବୀପ୍ରସାଦ ସାହୁ, ଡାକ୍ତର ପାୟଲ ପ୍ରଧାନ, ଡାକ୍ତର ସୁରେଶ ତ୍ରିପାଠୀ, ଡାକ୍ତର ଭାଗ୍ୟଶ୍ରୀ ମହାପାତ୍ର, ଡାକ୍ତର କଲ୍‌ପିତା ସାହୁ, ଡାକ୍ତର ମନୀଷା, ଡାକ୍ତର ସୀତିକାନ୍ତ ନାୟକ ଜଡ଼ିତ ଥିଲେ । ଶିଶୁଟି ସୁସ୍ଥ ହେବା ପରେ ତା’ର ବାପାମା ଅତ୍ୟନ୍ତ ଆନନ୍ଦିତ ହେବା ସହ ସମ୍‌ର ଡାକ୍ତରଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ଶିଶୁର ଚିକିତ୍ସାର ପରିଚାଳନା କ୍ଷେତ୍ରରେ ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଅଧୀକ୍ଷକ ପ୍ରଫେସର ପୁଷ୍ପରାଜ ସମାନ୍ତସିଂହାର ସମସ୍ତ ପ୍ରଚେଷ୍ଟା କରିଥିଲେ । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.