ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗ ଦେଇଥିବା ସୋଆ ଏନସିସି ଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରତିଷ୍ଠାତା ସଭାପତି

Published By : Prameya | February 6, 2024 8:52 PM

ଭୁବନେଶ୍ୱର, ୬/୨ :  ଗତ ଜାନୁଆରୀ ୨୬ରେ ନୂଆଦିଲ୍ଲୀଠାରେ ଜାତୀୟ ସାଧାରଣନ୍ତ୍ର ଦିବସ ପରେଡ୍‌ରେ ପ୍ରତିନିଧିତ୍ୱ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏନ୍‌ସିସିର ୩ଜଣ ଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି । ଚଳିତ ଥର ପରେଡରେ ଭାଗ ନେଇଥିବା ୩ଜଣ ଛାତ୍ର ହେଲେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର କମ୍ପ୍ୟୁଟର ସାଇନ୍ସ ଦ୍ୱିତୀୟ ବର୍ଷର ଛାତ୍ର ଅବିନାଶ ନନ୍ଦ ଓ ଦେବୀପ୍ରସାଦ ଦାସ ତଥା କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇନ୍‌ଫର୍ମେସନ୍‌ ଟେକ୍ନୋଲଜି ବିଭାଗର ଛାତ୍ର ଅଭିଷେକ ଭଞ୍ଜ । 

ଏହି  ଛାତ୍ରମାନେ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ । ପ୍ରଫେସର (ଡ) ନାୟକ ସେମାନଙ୍କୁ ଅଭିନନ୍ଦନ ଜଣାଇ ସେମାନଙ୍କର ଉଜ୍ୱଳ ଭବିଷ୍ୟତ ସହ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାକୁ ସମୃଦ୍ଧ କରିବା ନିମନ୍ତେ ଛାତ୍ରଛାତ୍ରୀମାନେ ପ୍ରଚେଷ୍ଟା କରିବା ଆବଶ୍ୟକ ବୋଲି କହିଥିଲେ । ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ୩ ଜଣ ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏନ୍‌ସିସି ଗ୍ରୁପ୍‌ କମାଣ୍ଡର କର୍ଣ୍ଣେଲ୍‌ ସତ୍ୟବ୍ରତ ସ୍ୱାଇଁ ଓ ସୋଆ ଏନ୍‌ସିସିର ପ୍ରଫେସର ଇନ୍‌ଚାର୍ଜ ଡ. ସତୀଶ କୁମାର ସାମଲ ଏହି ଅବସରରେ ଉପସ୍ଥିତ ଥିଲେ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.