ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ ; ୧୦୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀ ପଢ଼ିବେ

ଭୁବନେଶ୍ୱର,୭/୨ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ୨୦୨୧ ସେପ୍ଟମ୍ବର ୫ତାରିଖ ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତି ସ୍ଥାପନ କରିଥିଲେ।  ଉଦ୍‌ଘାଟିତ ହୋଇଥିବା ୨୫ଏକର ପରିମିତ ନୂତନ କ୍ୟାମ୍ପସରେ ସିବିଏସସି ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ଉତ୍କର୍ଷ ହାସଲ କରିଥିବା ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କ ପଢିବା ପାଇଁ ଆକାଡେମିକ୍‌ ବ୍ଲକ, ପ୍ରତ୍ୟେକ ୫୪୪ କ୍ଷମତା ବିଶିଷ୍ଟ ୨ଟି ଛାତ୍ରାବାସ ଓ ଛାତ୍ରୀନିବାସ, ସେଣ୍ଟ୍ରାଲ କିଚେନ ଓ ଡାଇନିଙ୍ଗ ବ୍ୟବସ୍ଥା, ଷ୍ଟାଫ କ୍ୱାର୍ଟର୍ସ, ଡର୍ମିଟୋରୀ ଏବଂ ପାର୍କିଂ ଓ ବଗିଚା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି । ଏହାର ନିର୍ମାଣ ପାଇଁ  ୧୦୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଛି ।

ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଆବାସିକ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ରହିବା ସହ ଅତ୍ୟାଧୁନିକ କ୍ଲାସ ରୁମ, ICT Labs, E-Library, ଅତ୍ୟାଧୁନିକ Science Lab, ଦକ୍ଷତା ବିକାଶର ବ୍ୟବସ୍ଥା କରାଯାଇଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସିବିଏସସି ଢାଞ୍ଚାରେ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ମୁଖ୍ୟମନ୍ତ୍ରୀଙ୍କର ଏକ ମହତ୍ୱକାଂକ୍ଷୀ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି ।  ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ଏହି ଆଇକନିକ୍‌ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ, ଇଂଜିନିଅରିଂ, ଆଇନ ପାଠ୍ୟକ୍ରମ ଏବଂ ସେନା ବାହିନୀରେ ଯୋଗଦେବା ପାଇଁ ଉଦ୍ଦିଷ୍ଟ  ବିଭିନ୍ନ ଜାତୀୟ ସ୍ତରର ପ୍ରତିଯୋଗିତାର କୋଚିଂ ବ୍ୟବସ୍ଥା କରାଯାଇଛି ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.