ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢିଲା : ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ହେଲା ବୃଦ୍ଧି

ଭୁବନେଶ୍ବର, ୪।୪:  ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।  ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । 

ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ  ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ  ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.