ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଡାକ୍ତରଖାନାକୁ ନେବା ବାଟରେ ଗର୍ଭବତୀଙ୍କ ମୃତ୍ୟୁ, ଆମ୍ଵୁଲାନ୍ସ ବିଳମ୍ଵ କରିଥିବା ଅଭିଯୋଗ

ଝରିଗାଁ, ୧୯/୯ : ଡାକ୍ତରଖାନାକୁ ନେଉଥିବା ସମୟରେ ବାଟରେ ଗର୍ଭବତୀଙ୍କ ମୃତ୍ୟୁ। ଏଭଳି ଏକ ଦୁଖଦଃ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ପାଲିଆ ପଞ୍ଚାୟତ ଅନ୍ତର୍ଗତ ବାସୁଦେବଗୁଡା ଗ୍ରାମରେ। ଆମ୍ଵୁଲାନ୍ସ ବିଳମ୍ଵ କରିବାରୁ ଗର୍ଭବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ସୂଚନା ପ୍ରକାରେ, ବାସୁଦେବଗୁଡା ଗ୍ରାମର ନୀଳ କମର୍ଲାଙ୍କ ସ୍ତ୍ରୀ ଗୋମତୀ କମର୍ଲା (୨୧ ବର୍ଷ)ଙ୍କୁ ପ୍ରସବ ଯନ୍ତ୍ରଣା ହେବାରୁ ସ୍ୱାମୀ ଆମ୍ବୁଲାନ୍ସ କୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ଆସିବାରେ ବିଳମ୍ବ କରିବାରୁ ସେମାନେ ଏକ ବୋଲେରୋ ଭଡାକରି ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ହେଲେ ଡାକ୍ତରଖାନାରେ ପହଞ୍ଚିବାର କିଛି ସମୟ ପରେ ଗୋମତୀଙ୍କ ମୃତ୍ୟୁ ହୋଇଥୁବା ସୂଚନା ମିଳିଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.