ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ସମୀକ୍ଷା : ଦୟା ନଦୀର ଜଳ ହେବ ବିଶୁଦ୍ଧ

ଭୁବନେଶ୍ୱର,୭।୧୨: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ  ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି । ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି। 

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ୍‌ ସହିତ ସଂଯୋଗ କରିବା ପାଇଁ ବ୍ୟାଧତାମୂଳକ କରାଯାଇଛି। ଏହା ସହିତ ବିଏମସିର ସବୁ ଘର ଯେପରି ସ୍ୱେରେଜ ଲାଇନ୍‌ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବାପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। 

ଭୁବନେଶ୍ୱରରେ ୱାଟ୍‌କୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି। ବିଭିନ୍ନ ଏଜେନ୍ସି ସହ ସମନ୍ୱୟ  ରକ୍ଷାକରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ ବୋଲି ଶ୍ରୀ ପାଣ୍ଡିଆନ ମତଦେବା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ଏବଂ ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ଶ୍ରୀ ପାଣ୍ଡିଆନ ୱାଟ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ।

ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ୱାଟ୍‌କୋ ପକ୍ଷରୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଭୁବନେଶ୍ୱର ସହରରେ ବିଭିନ୍ନ ଶିଳ୍ପାନୁଷ୍ଠାନ ମଧ୍ୟ ରହିଛି। ସେମାନଙ୍କର ବର୍ଜ୍ୟବସ୍ତୁ ଓ ଜଳର କିପରି ଉପଯୁକ୍ତ ବିଶୋଧନ କରାଯାଇପାରିବ ସେଥିପାଇଁ ଇଡକୋ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ବିଏମସି ପକ୍ଷରୁ ନିୟମିତ ଯାଞ୍ଚ କରାଯିବ। ଭୁବନେଶ୍ୱର ସହରର ବିଭିନ୍ନ ନର୍ଦ୍ଦମା ଜଳ ବିଶୋଧନ ପ୍ଲାଣ୍ଟରେ ପହଞ୍ଚିବା ପୂର୍ବରୁ ସେଗୁଡିକର ଓ୍ବାଟକୋ ଓ ଏସପିସିବି ପକ୍ଷରୁ ନିୟମିତ ବୈଷୟିକ ଯାଞ୍ଚ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାପାଇଁ  ବିଏମସି ଅଞ୍ଚଳର ବର୍ଜ୍ୟବସ୍ତୁ ସୃଷ୍ଟିକାରୀ ଶିଳ୍ପ ତଥା ଅନ୍ୟ ପ୍ରତିଷ୍ଠାନଗୁଡିକ ଉପରେ ତୀକ୍ଷ୍ଣ ନଜର ରଖି ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ବିଏମସିକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ବିଡିଏର  ଉପାଧ୍ୟକ୍ଷ ବଲୱନ୍ତ  ସିଂ  ଅଧ୍ୟକ୍ଷତାରେ  ଗଠିତ  ଦୟା  ଟାସ୍କ  ଫୋର୍ସ  ଦୟା  ନଦୀ  ପାଣିକୁ   ବିଶୁଦ୍ଧ  ରଖିବା  ପାଇଁ  ବିଭିନ୍ନ   ଏଜେନ୍ସି   ସହିତ  ସମନ୍ଵୟ  ରଖି  ପଦକ୍ଷେପ ନେଇଛି  । ବୈଠକରେ  ଶ୍ରୀ  ବଳବନ୍ତ  ସିଂହ ନିଆ ଯାଇଥିବା  ପଦକ୍ଷେପ ସମ୍ପର୍କରେ  ଉପସ୍ଥାପିତ କରାଯାଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.