ପ୍ରମୂଖ ଖବର
  • ମୁମ୍ବାଇ: ଭୁଶୁଡିଲା ତିନି ମହଲା କୋଠା,ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କୋଣାର୍କରେ ସୂର୍ଯ୍ୟନାରାୟଣଙ୍କ ପୂଜା ଆରମ୍ଭ

କୋଣାର୍କ,୨୭।୧(ଆପ୍ର) କୋଣାର୍କରେ  ନିର୍ମାଣଧିନ ନୂତନ ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶରେ  ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା କରାଯାଇଛି। ସୂର୍ଯ୍ୟମନ୍ଦିର ନିର୍ମାଣ ଶାଳା କମିଟି ପକ୍ଷରୁ କୋଣାର୍କ ଏନଏସି ଅନ୍ତର୍ଗତ ଜୁଣେଇ ମୌଜାରେ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ନିମନ୍ତେ ନୂତନ ମନ୍ଦିର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ଏହି ଉତ୍ସବରେ ପୂର୍ବତନ ସାଂସଦ ତଥା ରାଜ୍ୟ ଯୋଜନା ବୋର୍ଡର ଅଧ୍ୟକ୍ଷ ପ୍ରସନ୍ନ ପାଟ୍ଟଶାଣୀ ଯୋଗଦେଇଥିଲେ। 

ବ୍ରିଟିଶ ଶାସନ ସମୟରୁ କୋଣାର୍କରେ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ବନ୍ଦ ରହିଛି। କୋଣାର୍କ ସୂର୍ଯ୍ୟ ଉପାସନାର ଧାର୍ମିକ ସ୍ଥଳୀ ଭାବେ ପ୍ରସିଦ୍ଧ। ଦୀର୍ଘବର୍ଷ ଧରି ସୌର କ୍ଷେତ୍ର କୋଣାର୍କରେ ସୂର୍ଯ୍ୟ ପୂଜା ପୁନଃ ପ୍ରଚଳନ କରିବା ପାଇଁ କୋଣାର୍କ ସମେତ ଭାରତ ବାହାରର ସୂର୍ଯ୍ୟ ଉପାସକ, ସଂସ୍କୃତି ଓ ଧାର୍ମିକ ବିଶାରଦ ମାନଙ୍କ ମହଲରେ ଦାବି ହୋଇଆସୁଥିଲା। ନୂତନ ସୂର୍ଯ୍ୟ ମନ୍ଦିର ନିର୍ମାଣ ଶାଳା କମିଟି ଅଧ୍ୟକ୍ଷ ମୁକେଶ ଜୈନ କୋଣାର୍କରେ ଭବ୍ୟ ମନ୍ଦିର ନିର୍ମାଣ କରି ଏଠାରେ ପୁନଃ ସୂର୍ଯ୍ୟ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି। ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସାଦ ସେବନ ବ୍ୟବସ୍ଥା ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.