ଘଟଗାଁ, ୦୭/୧୨ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା। ବୁଧବାର ରାତି ପାଖାପାଖି ୧୨ଟାରେ କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟ ଖଣ୍ଟଘର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।
ସୂଚନାନୁଯାୟୀ, ଘଟଗାଁ ଥାନା ଢେଙ୍କିକୋଟ ଖଣ୍ଟଘର ଗାଁରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ସୂଚନା ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ପୋଲିସ ତଦନ୍ତ ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ଜଣାପଡିଛି । ପାରିପାର୍ଶ୍ୱିକ ସ୍ଥିତି ଦେଖିଲେ ଜଣାପଡୁଛି ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି।