ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ମଙ୍ଗଳବାର ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଗଙ୍ଗାଧର ସେଚ ପ୍ରକଳ୍ପର କରିବେ ଲୋକାର୍ପଣ

ବରଗଡ଼,୨୦/୦୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି । ଏହାସହ ଜିଲ୍ଲାର ବିଜେପୁର ନିର୍ବାଚନମଣ୍ଡଳୀ କନାପାଲିଠାରେ ଆୟୋଜିତ ଜନସଭାରେ ଉଦ୍‌ବୋଧନ ଦେବେ । କନାପାଲି ସଭାସ୍ଥଳରୁ ମୁଖ୍ୟମନ୍ତ୍ରୀ ୧୮୦୬.୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବହୁ ପ୍ରତୀକ୍ଷିତ ତିନି ପ୍ରକଳ୍ପ ଗଙ୍ଗାଧର ମେହେର ଜଳସେଚନ, ବରଗଡ଼ କ୍ୟାନସର ହସ୍ପିଟାଲ ଓ ନୃସିଂହନାଥ ଉନ୍ନୟନ ପ୍ରକଳ୍ପ  ଲୋକାର୍ପଣ କରିବେ । ୧୬୭୭.୪୨ କୋଟି ଟଙ୍କା ବ୍ୟୟରେ ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିବା ବେଳେ ୧୦୬.୬ କୋଟି ଟଙ୍କାରେ ୧୦୦ ଶଯ୍ୟା ବିଶିଷ୍ଟ ବରଗଡ଼ କ୍ୟାନସର ହସ୍ପିଟାଲ ଓ ୨୨.୭୮କୋଟି ଟଙ୍କା ବ୍ୟୟରେ ନିର୍ମିତ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ କାର୍ଯ୍ୟ ହୋଇଛି । ସେହିଭଳି ୩୪୨.୭୦ କୋଟି ଟଙ୍କାର ୫୯ଟି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ହେବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ୨୬୩.୩୩ କୋଟି ଟଙ୍କାର ୨୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଜଣାପଡ଼ିଛି । 

ମୁଖ୍ୟମନ୍ତ୍ରୀ ମଙ୍ଗଳବାର ପୂର୍ବାହ୍ଣ ୧୧ଟା ୩୦ରେ ସତୀଭଟା ଏୟାର୍‌ଷ୍ଟ୍ରିପରେ ଓହ୍ଲାଇବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ବିଜେପୁର ବ୍ଲକର କନାପାଲି ପମ୍ପହାଉସ କଡ଼ରେ ନିର୍ମିତ ହେଲିପ୍ୟାଡରେ ଅବତରଣ କରିବେ । ୧୧ଟା ୫୦ରେ ମୁଖ୍ୟମନ୍ତ୍ରୀ କନାପାଲି ପହଞ୍ଚି ପ୍ରଥମେ ଗଙ୍ଗାଧର ପ୍ରକଳ୍ପର ମଡେଲ ପରିଦର୍ଶନ କରି ସଭାସ୍ଥଳରେ ୧୨ଟାରେ ପହଞ୍ଚିବେ । ୧୨ଟା ୨୭ରେ ମୁଖ୍ୟମନ୍ତ୍ରୀ ହେଲିପ୍ୟାଡ୍‌ରୁ ସତୀଭଟା ଯାଇ ସେଠୁ ବିମାନରେ ଭୁବନେଶ୍ୱର ଅଭିମୁଖେ ଫେରିଯିବେ ବୋଲି ବରଗଡ଼ ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁଲିସ ଓ ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.