ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭେଟି ଦେବେ ୬୮ ହଜାର କୋଟିର ୧୮ ପ୍ରକଳ୍ପ

ଭୁବନେଶ୍ୱର/ସମ୍ବଲପୁର,୦୩/୦୨: ଶନିବାର ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କର ରହିଛି ମେଗା କାର୍ଯ୍ୟକ୍ରମ । ସମ୍ବଲପୁରସ୍ଥିତ ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ଲୋକାର୍ପଣ ସହ ମୋଦି ଓଡ଼ିଶାରେ ୬୮ ହଜାର କୋଟି ଟଙ୍କାର ଏକାଧିକ ଭିତ୍ତିଭୂମି ପ୍ରକଳ୍ପ ଭେଟି ଦେବେ ରାଷ୍ଟ୍ର ଉଦ୍ଦେଶ୍ୟରେ । 

ଦିନିକିଆ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ମୋଦି ଅପରାହ୍ନ ୧ଟା ୪୦ ମିନିଟରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ହେଲିକପ୍ଟର ଯୋଗେ ସମ୍ବଲପୁରର ବସନ୍ତପୁରସ୍ଥିତ ଆଇଆଇଏମ କ୍ୟାମ୍ପସକୁ ଯିବେ । ଅପରାହ୍ନ ୨ଟା ୧୫ ମିନିଟରେ ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଆଇଆଇଏମର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପିତ କରିବେ । ୨୦୦ ଏକର ଜମିରେ ପ୍ରାୟ ୪୦୨ କୋଟି ଟଙ୍କା ବ୍ୟୟ କରି ଏହି ବିଶ୍ୱସ୍ତରୀୟ କ୍ୟାମ୍ପସ ନିର୍ମାଣ ହୋଇଛି । ୩ ବର୍ଷ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏ ପ୍ରକଳ୍ପର ଶିଳାନ୍ୟାସ ଦେଇଥିଲେ । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ନୀତିନ ଗଡ଼କରୀ, ହୀରଦୀପ ସିଂ ପୁରୀ, 

ଶନିବାର ଆଇଆଇଏମ ସମ୍ୱଲପୁର କ୍ୟାମ୍ପସ୍‌ର ଉଦଘାଟନ କରିବେ । ଏହା ସହ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ । ସମ୍ୱଲପୁର ରେମେଡ୍‌ ଛକ ପଡିଆରେ ବିଜେପି ପକ୍ଷରୁ ଆୟାଜିତ "ବିଶାଳ ଗ୍ୟାରେଣ୍ଟି ସମାବେଶ'ରେ ଯୋଗ ଦେବେ। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ୬୮ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର  ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।  ଏହା ପୂର୍ବରୁ ଶ୍ରୀ ପ୍ରଧାନ ଆଜି ପ୍ରଥମେ ଆଇଆଇଏମ ଗସ୍ତ କରି ସ୍ଥାନୀୟ ପ୍ରଶାସନ ଓ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷଙ୍କ ସହ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ପରବର୍ତ୍ତୀ ପର୍ଯ୍ୟାୟରେ ରେମେଡଠାରେ ସ୍ଥାନୀୟ ପ୍ରଶାସନ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବା ସହ ତଦାରଖ କରିଥିଲେ । 

ଗତ ୩ ବର୍ଷ ତଳେ କୋଭିଡ୍‌ ସମୟରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ୱଲପୁରର ନୂତନ କ୍ୟାମ୍ପସ ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ସବୁବେଳେ କୁହନ୍ତି, ଯେଉଁ ପ୍ରକଳ୍ପକୁ ଆମ ସରକାର ଆରମ୍ଭ କରେ, ସେହି ପ୍ରକଳ୍ପକୁ ଲୋକାର୍ପଣ ମଧ୍ୟ କରେ । ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟ ୪୦୦ କୋଟି ଟଙ୍କା ବ୍ୟୟରେ ଆଇଆଇଏମ୍‌ ସମ୍ୱଲପୁର କ୍ୟାମ୍ପସର ଭବ୍ୟ ଭବନର ଲୋକାର୍ପଣ ହେବ ।  

ସମ୍ୱଲପୁର ରେଳ ଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ ଅନେକ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଦିଆଯିବ । ଏନଟିପିସି ସହ ଶକ୍ତି କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟାରମ୍ଭ କରାଯିବ । ଜାତୀୟ ରାଜପଥ ପ୍ରକଳ୍ପ ସହ ଗ୍ୟାସ ପାଇପଲାଇନ୍‌ ପ୍ରକଳ୍ପର ଲୋକାର୍ପଣ ଓ ଶୁଭାରମ୍ଭ ହେବ । ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର କାର୍ଯ୍ୟକ୍ରମ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.