ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଓଏଏସ୍ ସ୍ତରରେ ଅଦଳବଦଳ

Published By : Suraj Kumar | October 28, 2024 5:56 PM

ଭୁବନେଶ୍ବର , ୨୮।୧୦ : ରାଜ୍ୟ ସରକାର ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । କ୍ରୀଡ଼ା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନର ଯୁଗ୍ମ ସଚିବ ଓ ମିଶନ ଶକ୍ତି ବିଭାଗରେ ଯୁଗ୍ମ ସଚିବ ଥିବା ବିନୋଦ କୁମାର ଜେନାଙ୍କୁ ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ  ଭାବେ ବଦଳି କରାଯାଇଛି।

ପୁରୀ ସବ୍‌ କଲେକ୍ଟର ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଯୁଗ୍ମ ସଚିବ ,  ସୁରଜ କୁମାର ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ପରିଷଦର ଅତିରିକ୍ତ ଇଓ ଭାବେ ଦାୟିତ୍ୱ ଦିଆଯାଇଛି।   ସେହିପରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଡେପୁଟି କମିଶନର ରାଜ କିଶୋର ଜେନାଙ୍କୁ ପୁରୀ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ପୂର୍ବତନ ସବ୍‌-କଲେକ୍ଟର ହେମସାଗର ଭୋଇ  ବର୍ତ୍ତମାନ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ କାର୍ଯ୍ୟରତ ଥିବା ବେଳେ ତାଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ ଭାବେ ବଦଳି କରାଯାଇଛି। ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍‌-କଲେକ୍ଟର ଭାବେ ଦାୟିତ୍ବ ଦିଆଯାଯାଇଛି। ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ରେ ଜିଏମ୍ (ସୋସିଆଲ ପ୍ରୋଜେକ୍ଟ ) ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ୱର ସବ୍‌-କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି।

 ଯାଜପୁରର ଅତିରିକ୍ତ ସବ୍‌ କଲେକ୍ଟର ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍‌ଆଇଆରଡିର ଡେପୁଟି ଡାଇରେକ୍ଟର ଭାବେ ବଦଳି କରାଯାଇଛି। ବଲାଙ୍ଗିର ତହସିଲଦାର ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍‌-କଲେକ୍ଟର ଭାବେ ଦାୟିତ୍ବ ଦିଆଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.