ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର, ୪।୦୨: ତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ । ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଠ ଅତିଥିମାନଙ୍କ ଦ୍ୱାରା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଉତ୍ସବ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ତଥା ଉତ୍କଳ ଗୌରବ ମଧୁସୂଦନଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବାଣିଜ୍ୟ ଓ ପରିବହନ ଏବଂ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀ ଆର. ବାଲକୃଷ୍ଣନ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ, କୃଷି, ହସ୍ତତନ୍ତ୍ର ଓ ବୟନଶୀଳ୍ପ ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ସଂସ୍କୃତି ବିଭାଗ ନିର୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ଇପିକଲର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭୂପିନ୍ଦର ସିଂ ପୁନିଆ, ରାଜ୍ୟ ସଂଗ୍ରହାଳୟର ଅଧିକ୍ଷକ ଡକ୍ଟର ଭାଗ୍ୟଲିପି ମଲ୍ଲ ପ୍ରମୁଖ ଯୋଗଦେଇ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ ସହ ତାଙ୍କ ସ୍ମୃତିଚାରଣ କରିଥିଲେ । ପ୍ରତିମୂର୍ତ୍ତି ନିକଟରେ ମଧୁବାବୁଙ୍କ ପଗଡ଼, କଲମ ଓ ଦୁଆତ ଆଦି ପ୍ରଦର୍ଶିତ ହୋଇଛି I ଏଥିସହିତ ଏହି ପ୍ରଦର୍ଶନୀ କକ୍ଷରେ ମଧୁବାବୁଙ୍କ ଜୀବନୀ ଓ ତାଙ୍କ କାଳଜୟୀ ରଚନା ସବୁ ବୃତ୍ତଚିତ୍ର ଏଲଇଡି ମାଧ୍ୟ୍ୟମରେ ପ୍ରଦର୍ଶିତ ହୋଇଥିଲା I

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.