ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଟ୍ରକ୍‌ ବସ୍‌ ମୁହାଁମୁହିଁ ଧକ୍କା; ୩ ଛାତ୍ରୀ ମୃତ, ୧୧ ରୁ ଅଧିକ ଗୁରୁତର ଓ ୩୦ ରୁ ଅଧିକ ଆହତ

ଦଶପଲ୍ଲା, ୨୭/୧: ଦଶପଲ୍ଲା ବ୍ଲକ ବାଣୀଗୋଛା ଥାନା ଶାଳଭଙ୍ଗା ନିକଟରେ ଟ୍ରକ୍ ବସ ମୁହାଁମୁହିଁ ଧକ୍କା । ଦୁର୍ଗଟଣାରେ ୧୧ରୁ ଅଧିକ ଗୁରୁତର ହୋଇଥିବା ବେଳେ ୩ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନ ଦେବିସ୍ ଟିଉଟରିଆଲ ଛାତ୍ରଛାତ୍ରୀମାନେ ଟୁରିଷ୍ଟ ଯାଉଥିବା ବେଳେ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ବସ୍ ଭିତରେ ୫୦ରୁ ଅଧିକ ଯାତ୍ରୀ ଥିବା ବେଳେ ୧୨ ଜଣ ଦଶପଲ୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ । 

ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦଶପଲ୍ଲା ମେଡିକାଲରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ଯିବା ବାଟରେ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ୩ ଜଣ ହେଲେ ଟାଙ୍ଗିଆ ପଲ୍ଲୀର ଚିନ୍ମୟୀ ପ୍ରିୟଦର୍ଶିନୀ, ଟାକରାର ଅମ୍ରିତା ସାହୁ ଓ ଖଜୁରୀପଡ଼ାର ଲୋପାମୁଦ୍ରା ପ୍ରଧାନ । ମୃତ ୩ ଜଣ ଦଶମ ଶ୍ରେଣୀର ଛାତ୍ରୀ ବୋଲି ସୂଚନା । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.