ପ୍ରମୁଖ ଖବର
  • ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ
  • ||
  • ସୋମବାରଠୁ ସଂସଦର ଶୀତ ଅଧିବେଶନ, ୨୨ ତାରିଖ ଯାଏଁ ଚାଲିବ: ୨୧ଟି ବିଧେୟକ ଉପରେ ହେବ ଆଲୋଚନା
  • ||
  • ଭୁବନେଶ୍ୱର: ୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||

ଟୁର୍ଚ୍ଚି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର

ମ.ରାମପୁର, ୧୩/୧୧ : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ୍ ଟୁର୍ଚ୍ଚି ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ଦାବିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର। ସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ କରାଯାଉଥିବା ବେଳେ ମୋଟ ୧୩୫ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ସ୍କୁଲରେ ଏବେ ୪ ଜଣ ଶିକ୍ଷକ ଅଛନ୍ତି। ବିଦ୍ୟାଳୟରେ ଆହୁରି ୩ ଜଣ ଶିକ୍ଷକଙ୍କ ଆବଶ୍ୟକତା ରହିଛି। 

ଟୁର୍ଚ୍ଚି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନରେ ବ୍ୟାଘାତ ସୃଷ୍ଟି ହେଉଛି। ଏନେଇ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଖାଲିଥିବା ବିଜ୍ଞାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକ ପଦବୀ ପୂରଣ ହୋଇନାହିଁ। ତେଣୁ ଗ୍ରାମବାସୀମାନେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର ଦେଇଛନ୍ତି। ୭ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତ କରାନଗଲେ ବିଦ୍ୟାଳୟରେ ତାଲା ପକାଇବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।  

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.