ପ୍ରମୂଖ ଖବର

ଖୁଣ୍ଟପାଲି ଗାଁ ଛକରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣଙ୍କର ମୃତ୍ୟୁ, ୨ ଜଣ ଗୁରୁତର

ବିନିକା ୦୧/୦୩: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ଛକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବିକ ,ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ଛକ ବରଗଡ଼ ବଲାଙ୍ଗିର ମୁଖ୍ୟ ରାସ୍ତାରେ ଦ୍ରୁତ ଗତିରେ ବପରୀତ ଦିଗରୁ ଆସୁଥିବା ବାଇକ୍ ପଟିଲା ଆଉ ଏକ ବାଇକ। ଦୁର୍ଘଟଣା ଏତେ ଜୋରଦାର ଥିଲା ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ଜଣ ବାଇକ୍‌ ଆରୋହୀ ଗୁରୁତର ହୋଇଥିଲେ। ଉଭୟ ଗୁରୁତରଙ୍କୁ  ଉଦ୍ଧାର କରି ନିକଟସ୍ଥ  ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ସେଠାରେ ତାଙ୍କ ଚିକିତ୍ସା ଜାରି ରହିଥିବା ଜଣାପଡିଛି।  ମୃତ ବ୍ୟକ୍ତି ଜଣଙ୍କ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଜାମୁଟବାହାଲ ଗାଁର ମହାଜନ ସିଂ ବୋଲି ଜଣାପଡିଛି I ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.