ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଦୁଇ ବାଇକ୍ ମୁହାଁମୁଁହି ଧକ୍କା, ୧ ମୃତ

ଜି.ଉଦୟଗିରି,୮/୧୨ : ସ୍ଥାନୀୟ ବ୍ଲକ ଅନ୍ତର୍ଗତ ଲିଙ୍ଗାଗଡ଼ ପଞ୍ଚାୟତର ନିଲୁଙ୍ଗିଆଠାରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ଜଣ ଆହତ ହୋଇଛନ୍ତି । 

ସୂଚନା ଅନୁସାରେ, କେ ନୂଆଗାଁ ବ୍ଲକ ବିରନ୍ଦାପଡ଼ା ଗ୍ରାମର ଚିତ୍ତରଞ୍ଜନ ପ୍ରଧାନ(୩୧) ଓ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କତିଙ୍ଗିଆ ଗ୍ରାମର ବୈକୁଣ୍ଠ ପ୍ରଧାନ(୩୨) କତିଙ୍ଗିଆଠାରୁ ଏକ ବାଇକ(ଓଡି ୦୨-ବିଏମ-୭୭୩୭) ଯୋଗେ କତିଙ୍ଗିଆରୁ ଜି.ଉଦୟଗିରି ଆସୁଥିଲେ ।   ନିଲୁଙ୍ଗିଆଠାରେ ଜି.ଉଦୟଗିରିରୁ ରାଇକିଆ ଆଡ଼କୁ ଅନ୍ୟ ଏକ ବାଇକ(ଓଡି- ୧୩--୦୫୨୩) ଯୋଗେ ଆସୁଥିବା ରାଜୀବ ପ୍ରଧାନ (୨୮) ଓ ଜ୍ଞାନଚନ୍ଦ୍ର ପ୍ରଧାନ (୪୫)ଙ୍କ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା I ସ୍ଥାନୀୟ ଲୋକେ ତୁରନ୍ତ ୧୦୮ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ମଧ୍ୟ ଏହା ସମ୍ଭବ ନ ହେବାରୁ ୧୧୨ ନଂକୁ ଯୋଗାଯୋଗ କରାଯାଇଥିଲା। ପରେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ସ୍ଵାସ୍ଥ୍ୟ କେନ୍ଦ୍ର ଆଣିଥିଲେ । ତେବେ ଡାକ୍ତର ବୈକୁଣ୍ଠ ପ୍ରଧାନଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟମାନେ ସେଠାରେ ଚିକିତ୍ସିତ ହେଉଛନ୍ତି। ଘଟଣା ସ୍ଥଳରେ ସ୍ଥାନୀୟ ଥାନା ଭାରପ୍ରାପ୍ତ ଅଧିକାରୀ ଅଜୟ ସ୍ୱାଇଁ ଏବଂ ଟିମ୍ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବାଇକ୍ ଦୁଇଟିକୁ ଜବତ କରିବା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.