ଫୁଲବାଣୀ, ୭/୯ : 5ଟି ଯୋଜନାରେ କୋଟଗଡ଼ ବ୍ଲକ ପକାରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କାମ କରି ଦୀର୍ଘ ଦିନ ପରେ ବି ଠିକାଦାରଙ୍କୁ ମିଳିଲାନି ବିଲ୍। ବାରମ୍ବାର କର୍ତ୍ତୃପକ୍ଷଙ୍କ ନିକଟରେ ଜଣାଇ ମଧ୍ୟ କୌଣସି ଫଳ ମିଳିଲା ନାହିଁ। ଶେଷରେ ବାଧ୍ୟ ହୋଇ ଠିକାଦାର ସ୍କୁଲ ଫାଟକରେ ତାଲା ପକାଇ ଦେଇଛନ୍ତି।
ସୂଚନା ଅନୁଯାୟୀ, ଦୁଇ ଜଣ ଠିକାଦାର ମିଶି ପକାରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରିଥିଲେ। କାମ ସରିବାର ଅନେକ ଦିନ ବିତି ଯାଇଥିଲେ ମଧ୍ୟ ସେମାନଙ୍କୁ ସମ୍ପୂର୍ଣ୍ଣ ବିଲ ମିଳିଲା ନାହିଁ। ଏନେଇ ସେମାନେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ଫଳ ମିଳିଲା ନାହିଁ। ତେଣୁ ଆଜି ଠିକାଦାର ସ୍କୁଲ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ବାଧ୍ୟ ହୋଇ ପିଲାଙ୍କୁ ବାହାରେ ବସାଇ ପାଠ ପଢାଇଥିଲେ ଶିକ୍ଷକ। ଟଙ୍କା ନ ମିଳିବା ପର୍ଯ୍ୟନ୍ତ ତାଲା ଖୋଲିବେ ନାହିଁ ବୋଲି ଉଭୟ ଠିକାଦାର ଜିଦ ଧରିବା ସହ ଏନେଇ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିବା କହିଛନ୍ତି।