ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ଅନ୍ୟ ଜଣେ ଗୁରୁତର

ବାସୁଦେବପୁର, ୧୮/୦୨ : ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା। ଜଣେ ମୃତ ଅନ୍ୟ ଜଣେ ଗୁରୁତର। ଧାମରା ବାସୁଦେବପୁର ରାସ୍ତାର ହାବାଲିସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। 

ସୂଚନାନୁଯାୟୀ, ଶନିବାର ମଧ୍ୟରାତ୍ରୀରେ ଧାମରାରୁ ବାସୁଦେବପୁର ଅଭିମୁଖେ ଆଇରନ ଖାଲି କରି ଆସୁଥିବା ଏକ ଟ୍ରକ୍ ଧାମରା ଅଭିମୁଖେ ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ବାସୁଦେବପୁର ଅଭିମୁଖେ ଆସୁଥିବା ଟ୍ରକ୍‌ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଧାମରା ଅଭିମୁଖେ ଠିଆ ହୋଇଥିବା ଟ୍ରକ୍ ଡ୍ରାଇଭରଙ୍କ ଗୋଡ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଶରୀରରେ ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। 

ଦମକଳ ବାହିନୀ ପହଞ୍ଚି ଉଭୟଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ଆଣିଥିଲେ। ଗୁରୁତରଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସୁଦ୍ଧା ଉଭୟଙ୍କ ପରିଚୟ ମିଳିପାରି ନାହିଁ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.