ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଆମେ ଜାଣିବା ଆମେ ଜିତିବା କାର୍ଯ୍ୟକ୍ରମ ଅନୁଷ୍ଠିତ

ତେନ୍ତୁଳିଖୁଣ୍ଟି, ୧୪/୦୯ : ତେନ୍ତୁଳିଖୁଣ୍ଟି ବ୍ଳକର ପାତ୍ରପୁଟ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟଠାରେ ଆଜି ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ଆମେ ଜାଣିବା ଆମେ ଜିତିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାଅନୁଷ୍ଠାନର ପ୍ରଧାନ ଶିକ୍ଷକ ବ୍ରଜ ବଲ୍ଲଭ ବ୍ରମାହାଙ୍କ ପୌରହିତ୍ୟରେ କାର୍ଯ୍ୟକ୍ରମଟି ଶୁଭାରମ୍ଭ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋନଜ କୁମାର ପାଣିଗ୍ରାହୀ, ସମ୍ନାନନୀୟ ଅତିଥି ଅବସରପ୍ରାପ୍ତ ଶିକ୍ଷକ ପିତାମ୍ବର ବିଷୋୟୀ, ଡ଼ି ଏସ ଏସ ଓ ହିମାଂଶୁ ଶେଖର ପାତ୍ର, WEO ଜଗମୋହନ ମାଝୀ, ବିଦ୍ୟାଳୟ ସଭାପତି ଲକ୍ଷଣ ମାଝୀ ମଞ୍ଚଆସିନ କରିଥିଲେ।  

ଉପସ୍ଥିତ ଥିବା କମିଟିର ସଦସ୍ୟ ସହ ଅଭିଭାବକ ଛାତ୍ରଛାତ୍ରୀଙ୍କ ପିତାମାତା ଉପସ୍ଥିତ ରହିଥିଲେ। ପ୍ରଥମେ ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇ କାର୍ଯ୍ୟକ୍ରମକୁ ଉଦଘାଟନ କରାଯାଇଥିଲା। ଉଦଘାଟନ ସରିବା ପାରେ ବିଧାୟକ ସଦାଶିବ ପ୍ରଧାନୀ, ପାତ୍ର ପୁଟ ସରପଞ୍ଚ ଶିବାନନ୍ଦ ପ୍ରଧାନୀ, ତେନ୍ତୁଳିଖୁଣ୍ଟି ବିଡିଓ ମୋନଜ କୁମାର ପାଣିଗ୍ରାହୀ ଯୋଗଦେଇ ଛାତ୍ରଛାତ୍ରୀ ଅଭିଭାବକଙ୍କ ସହ ଷ୍ଟଲ ବୁଲିବା ସହ ଯୋଜନାଗୁଡିକ ବିଷୟରେ ବୁଝାଇଥିଲେ । 

ସବୁଠାରୁ କୃଷି ବିଭାଗର ଷ୍ଟଲରେ ଭିଡ଼ ଦେଖିବାକୁ ମିଳିଥିଲା। ଏଥିରେ କୃଷି ଅଫିସର ଧୀରେନ କୁମାର ବେନ୍ୟଆ, ତ୍ରିପାଠୀ ସାର, ବାଳଗବିନ୍ଦ ସାହୁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ହଷ୍ଟେଲରେ କିଭଳି ଭଲ ଖାଇବା ପିନ୍ଧିବା ସହିତ ଉଚ୍ଚ ମାନର ଶିକ୍ଷା ଦେବାର ବ୍ୟବସ୍ଥା କରିଛନ୍ତି ସେନେଇ ମଞ୍ଚାସୀନ ଅତିଥିମାନେ ବୁଝାଇଥିଲେ । ଅବିଭାବକମାନଙ୍କୁ ଆହ୍ୱାନ ଦେଇଥିଲେ କି ସେମାନେ ନିଜ ପିଲାମାନଙ୍କୁ ନିୟମିତ ସ୍କୁଲକୁ ପଠାଇବା ପାଇଁ ଯତ୍ନବାନ ହେବେ । ସରକାର ଆଦିବାସୀ ହରିଜନ ଛାତ୍ରୀଛାତ୍ରମାନଙ୍କ ପାଠପଢ଼ା ପାଇଁ ଅନେକ ସୁବିଧା କରିଛନ୍ତି ଏହାର ସୁଯୋଗ ନେବା ପାଇଁ ଅଭିଭାବକମାନଙ୍କୁ ବୁଝାଇଥିଲେ । ଏହି ଅବସରରେ ବିଭିନ୍ନ  ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ କୁଇଜ ଖେଳକୁଦ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.