ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ପହିଲା ଯାଏ ଶୁଖିଲା ପାଗ, ଆଗାମୀ ଦୁଇ ଦିନ ବିଭିନ୍ନ ଜିଲ୍ଲାରେ ଶୀତ ସହ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର ୨୭/୦୧: ରାଜ୍ୟରେ ପହିଲା ଯାଏ ପାଗ ଶୁଖିଲା। ୧୧ ଡିଗ୍ରୀ ତଳେ ୧୦ ସହର। ଆସନ୍ତା ୭ ଦିନ ଯାଏଁ ପାଗ ଶୁଖିଲା। କିନ୍ତୁ   ଉତ୍ତର-ପଶ୍ଚିମ ଦିଗରୁ  ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ  ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ସମ୍ଭାବନା  ରହିଛି।

ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମୁତାବିକ, ଆଗାମୀ ଦୁଇ ଦିନ ପାଇଁ ଝାରସୁଗୁଡ଼ା,ଦେବଗଡ଼, ସୁନ୍ଦରଗଡ଼ , ଅନୁଗୁଳ , କେନ୍ଦୁଝର ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା ରହିଛି। ରାତିର ତାପମାତ୍ରା ସ୍ବାଭିବକ ତୁଳନାରେ ୪.୫ ଡିଗ୍ରୀ କମ୍ ରହିବ। ସର୍ବନିମ୍ନ ତାପମାତ୍ରା ଅତି କମ୍‌ ୧୦ ଡିଗ୍ରୀ ତଳେ ରହିବ। ସେହିପରି କେତେ ଜିଲ୍ଲରେ ଘନକୁହୁଡ଼ି ସମ୍ଭାବନା ରହିଛି।  ଅନୁଗୁଳ,ଢ଼େଙ୍କାନାଳ, ସୋନପୁର, ବଲାଙ୍ଗୀର, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଜିଲ୍ଲରେ କୁହୁଡ଼ି ସମ୍ଭାବନା ରହିଛି।

ସେହିଭଳି ଆଗାମୀ  ଦୁଇଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଛି। ଏହି ସବୁ ଅଞ୍ଚଳରେ ଦୃଶ୍ୟମାନ ଦୂରତା ୨୦୦ ରୁ ୫୦ ମିଟର ମଧ୍ୟରେ  ସୀମିତ ରହିବାର ସମ୍ଭାବନା। ଏଥିପାଇଁ ଯାତାୟତରେ ବାଧା ଉପୁଜିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି।

ଆଗାମୀ ୩ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ ପରବର୍ତୀ ସମୟରେ ଏଥିରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ଘଟିବାରେ ସମ୍ଭାବନା ରହିଛି। ତଥା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ ଏବଂ ଅନୁଗୁଳ  ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରୀ ଅନୁଭୂତ ହେବା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.