ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ବଦଳିଲା ପାଗ: ଆସନ୍ତା ଦୁଇ ଦିନ ୨ରୁ ୩ ଡିଗ୍ରୀ କମିପାରେ ତାପମାତ୍ରା, ୧୧ ଓ ୧୨ରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୯/୦୨: ରାଜ୍ୟରେ ଆସନ୍ତା ୧୧ ଓ ୧୨ ତାରିଖରେ ହାଲୁକା ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୧୧ ତାରିଖରେ ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୋନପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର,  ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ ।

ସେହିପରି  ୧୨ ତାରିଖ ଢେଙ୍କାନାଳ, କଟକ, ବୌଦ୍ଧ, ଅନୁଗୁଳ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କିଛି ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଆସନ୍ତା ଦୁଇ ଦିନ ରାଜ୍ୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଦୁଇ ଦିନ ପରେ ରାତି ତାପମାତ୍ରା ପୁଣି ୩ରୁ ୪ ଡିଗ୍ରୀ ବଢ଼ିଯିବ ବୋଲି ପୂର୍ବାନୁମାନ ରହିଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.