ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୭/୦୨: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୯ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କୋରାପୁଟ,  ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ କନ୍ଧମାଳରେ ବର୍ଷା ସମ୍ଭାବନା ଅଛି । 

୧ରେ ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା  ଏବଂ ୨ରେ ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଅଛି । ୩ରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ବିଭାଗ  ପୂର୍ବାନୁମାନ କରିଛି । 

ଗତ ୨୪ରେ ପୋଲସରାରେ ୭୦ମିମି, କଳାହାଣ୍ଡିର ମ.ରାମପୁରରେ ୪୯, ବଲାଙ୍ଗୀର ବେଲଗାଁରେ ୩୬.୪, ହିନ୍ଦୋଳରେ  ୩୪, ଲାଞ୍ଜିଗଡ଼ରେ ୨୮.୨, କର୍ଲାମୁଣ୍ଡାରେ ୨୩, ଆଠମଲ୍ଲିକରେ ୨୦, ଆସ୍କାରେ ୧୯ ଓ ନିମାପଡ଼ାରେ ୧୨.୪ ମିମି ବର୍ଷା ରେକର୍ଡ ହୋଇଛି ।

  • prameyanews
  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.