ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ଗାଏବ ହୋଇଯିବ ଶୀତ, ବଢ଼ିବ ଗରମ: ୩୧ରୁ ମେଘୁଆ ପାଗ, କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯/୦୧: ଆଗକୁ ପୁଣି ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ୪ ଦିନ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମା ଝଡ଼ ପ୍ରଭାବରେ ୩୧ରୁ କାଁ ଭାଁ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ  ପକ୍ଷରୁ କୁହାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି,  ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୩୧ ତାରିଖରୁ କାଁ ଭାଁ କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । କିନ୍ତୁ ଅଧିକ ବର୍ଷା ବା ବିସ୍ତୃତ ଅଞ୍ଚଳରେ ବର୍ଷା ହେବନି । ତେବେ ସୋମବାରଠାରୁ ରାଜ୍ୟରେ ରାତି ତାପମାତ୍ରା ଆହୁରି ବଢ଼ିଯିବ ।

୩୧ରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୧ରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ଅଛି । ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶାର ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପୂର୍ବାନୁମାନ କରିଛି । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ     

ଡ. ଶରତ ସାହୁ ପୂର୍ବାନୁମାନ କରି କହିଛନ୍ତି, ୧ ତାରିଖରୁ ଦିନ ଓ ରାତି ତାପମାତ୍ରା ବଢ଼ିଯିବ । ୪ ରୁ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୩୦ଡିଗ୍ରୀରୁ ଅଧିକ ରହିବ । ୩୧ ତାରିଖରୁ ବର୍ଷା ହେବା ସମ୍ଭାବନା ବିଶେଷ ନାହିଁ ବୋଲି ସେ ଆକଳନ କରିଛନ୍ତି । ଆଜି  ଜି ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍‌ ୬.୪ଡିଗ୍ରୀ ରହିଛି । ସୁନ୍ଦରଗଡ଼ରେ ୭.୪, ଫୁଲବାଣୀ ଓ ଦାରିଙ୍ଗିବାଡ଼ିରେ ୮.୫, କେନ୍ଦୁଝରରେ ୯ ଓ ରାଉରକେଲାରେ ୯.୪ ଡିଗ୍ରୀ ରେକର୍ଡ ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.